ବୃଦ୍ଧଙ୍କ ସନ୍ଦେହଜନକ ମୃତ୍ୟୁ: ମୃତଦେହ ଜବତ
ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଗୋଲା ସାହିର ବି. ଜୁରିଆ(୬୦)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶୁକ୍ରବାର ସକାଳେ ସେ ତାଙ୍କ ଛେଳଗୁଡିକ ନିମନ୍ତେ ଗଛ ଡାଳ ସଂଗ୍ରହ ପାଇଁ ଯାଇଥିଲେ। ସନ୍ଧ୍ୟା ସୁଦ୍ଧା ସେ ଘରକୁ ଫେରିନଥିଲେ। ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ସନ୍ଧାନ ମିଳି ନ ଥିଲା। ଶନିବାର ପୂର୍ବାହ୍ନରେ ଗାଁ ନିକଟ ୩୨୬ ନଂ ଜାତୀୟ ରାଜପଥ କଡ ର ଏକ ଖାଲ […] The post ବୃଦ୍ଧଙ୍କ ସନ୍ଦେହଜନକ ମୃତ୍ୟୁ: ମୃତଦେହ ଜବତ appeared first on Dharitri Odia News.
ଦିଗପହଣ୍ଡି,୧୯।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଗୋଲା ସାହିର ବି. ଜୁରିଆ(୬୦)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶୁକ୍ରବାର ସକାଳେ ସେ ତାଙ୍କ ଛେଳଗୁଡିକ ନିମନ୍ତେ ଗଛ ଡାଳ ସଂଗ୍ରହ ପାଇଁ ଯାଇଥିଲେ। ସନ୍ଧ୍ୟା ସୁଦ୍ଧା ସେ ଘରକୁ ଫେରିନଥିଲେ। ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ସନ୍ଧାନ ମିଳି ନ ଥିଲା। ଶନିବାର ପୂର୍ବାହ୍ନରେ ଗାଁ ନିକଟ ୩୨୬ ନଂ ଜାତୀୟ ରାଜପଥ କଡ ର ଏକ ଖାଲ ରେ ତାଙ୍କ କ୍ଷତାକ୍ତ ମୃତଦେହ ପଡ଼ିଥିବା କିଛି ବ୍ୟକ୍ତି ଦେଖିବା ପରେ ପରିବାର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକେ ବହୁ ସଂଖ୍ୟକ ଗ୍ରାମବାସୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏନେଇ ପାଟପୁର ଥାନାରେ ଏତଲା ଦିଆଯିବା ପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଥାନା ମାମଲା ନଂ.୨୧୯/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରିବା ସହ ଫାଣ୍ଡି ଅଧିକାରୀ ପରମେଶ୍ବର ମଲ୍ଲିକଙ୍କୁ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ।
ଫାଣ୍ଡି ଅଧିକାରୀ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ସବିଶେଷ ତଦନ୍ତ କରିବାସହ ମୃତଦେହ ଜବତ କରି ଥାନା ମାମଲା ନଂ.୨୧୯/୨୫ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବା ପରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ଜଣାପଡିଛି। ରାସ୍ତା ପାର ହେଉଥିବା ବେଳେ କୌଣସି ଗାଡ଼ି ଧକ୍କାରେ ତାଙ୍କ ମୃତ୍ୟୁ ଘଟିଥିବା ଅନୁମାନ କରାଯାଇଛି। ବ୍ୟବଚ୍ଛେଦ ରିପୋର୍ଟ ମିଳିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ ବୋଲି ଆଇଆଇସି କହିଛନ୍ତି।
The post ବୃଦ୍ଧଙ୍କ ସନ୍ଦେହଜନକ ମୃତ୍ୟୁ: ମୃତଦେହ ଜବତ appeared first on Dharitri Odia News.