ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା, ଜାତୀୟ ରାଜପଥ ଅବରୋଧ

ରେଢାଖୋଲ ୧୦।୨(ଅଚ୍ୟୁତାନନ୍ଦ ପୁରୋହିତ): ୫୫ନଂ ଜାତୀୟ ରାଜପଥର ଚାରମାଳ ଥାନା ଅନ୍ତର୍ଗତ ବଡହିନ୍ଦୋଳ ଛକରେ ସୋମବାର ଏକ ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବଡହିନ୍ଦୋଳ ଗ୍ରାମର ଯାଦବ ମୁଣ୍ଡା(୭୦)। ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଘଟଣା ଘଟାଇ ଥିବା ଗାଡିକୁ ଧରିବାକୁ ଗ୍ରାମବାସୀ ଦାବି କରିବା ସହ କ୍ଷତିପୂରଣ ଦାବି କରିଛନ୍ତି। ପ୍ରାୟ ଅଧଘଣ୍ଟା ଧରି ୫୫ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବରପାଇ ଚାରମାଳ […] The post ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା, ଜାତୀୟ ରାଜପଥ ଅବରୋଧ appeared first on Dharitri Odia News.

ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା, ଜାତୀୟ ରାଜପଥ ଅବରୋଧ

ରେଢାଖୋଲ ୧୦।୨(ଅଚ୍ୟୁତାନନ୍ଦ ପୁରୋହିତ): ୫୫ନଂ ଜାତୀୟ ରାଜପଥର ଚାରମାଳ ଥାନା ଅନ୍ତର୍ଗତ ବଡହିନ୍ଦୋଳ ଛକରେ ସୋମବାର ଏକ ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ବଡହିନ୍ଦୋଳ ଗ୍ରାମର ଯାଦବ ମୁଣ୍ଡା(୭୦)। ଘଟଣାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଘଟଣା ଘଟାଇ ଥିବା ଗାଡିକୁ ଧରିବାକୁ ଗ୍ରାମବାସୀ ଦାବି କରିବା ସହ କ୍ଷତିପୂରଣ ଦାବି କରିଛନ୍ତି। ପ୍ରାୟ ଅଧଘଣ୍ଟା ଧରି ୫୫ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ। ଖବରପାଇ ଚାରମାଳ ପୋଲିସ ଓ ରେଢାଖୋଲ ଏସଡିପିଓ ପ୍ରଶାନ୍ତ ମେହେର ତହସିଲଦାର ପ୍ରଭାତ ରଞ୍ଜନ ବିଶ୍ବାଳ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ। ସୂଚନାବୁତାବକ, ସୋମବାର ୨ଟା ବେଳେ ଯାଦବ ଗାଧୋଇ ସାରି ୫୫ନଂ ଜାତୀୟ ରାଜପଥ ଅତିକ୍ରମ କରି ଘରକୁ ଯାଉଥିବା ବେଳେ ଅଜଣା ଗାଡି ଧକ୍କା ଦେଇ ଫେରାର ହୋଇଯାଇଥିଲା। ଗ୍ରାମବାସୀମାନେ ଦୁର୍ଘଟଣାରେ ଗୁରୁତର ବୃଦ୍ଧଙ୍କୁ ଆମ୍ବୁଲାନ୍ସ ଯୋଗେ ରେଢାଖୋଲ ଡାକ୍ତରଖାନାକୁ ଆଣିଥିଲେ। ତେବେ ଡାକ୍ତର ଖାନାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ରେଢାଖୋଲ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି। ପୋଲିସ ଏକ ଦୁର୍ଘଟଣା ଜନିତ ମୃତ୍ୟୁ ମାମଲା ନଂ ୧୯ରେ ରୁଜୁ କରି ତଦନ୍ତ କରୁଥିବା ଜଣାପଡିଛି।

 

 

The post ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା, ଜାତୀୟ ରାଜପଥ ଅବରୋଧ appeared first on Dharitri Odia News.