ବେକରେ ରଶି ଲଗାଇ ଯୁବତୀଙ୍କ ଆତ୍ମହତ୍ୟା
ପାତ୍ରପୁର: ଜରଡ଼ା ଥାନା ଖାରିଆଗୁଡା ଗ୍ରାମର ଜଣେ ଯୁବତୀ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ତାଙ୍କ ନାମ ମାନସୀ ନାଇକ (୨୧) ବୋଲି ଜଣାପଡିଛି। ଆଜି ପରିବାର ଲୋକେ ଘରେ ନଥିବା ବେଳେ ଯୁବତୀ ଜଣକ ଘରେ ଲାଗିଥିବା ଫ୍ୟାନରେ ରଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କ ମା’ ଆସି ଦେଖିବା ପରେ ତାଙ୍କୁ ଉଦ୍ଧାର କରି ତୁରନ୍ତ ଖାରିଆଗୁଡା ଡାକ୍ତରଖାନାରେ ପହଞ୍ଚାଇ ଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା […]

ପାତ୍ରପୁର: ଜରଡ଼ା ଥାନା ଖାରିଆଗୁଡା ଗ୍ରାମର ଜଣେ ଯୁବତୀ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ତାଙ୍କ ନାମ ମାନସୀ ନାଇକ (୨୧) ବୋଲି ଜଣାପଡିଛି। ଆଜି ପରିବାର ଲୋକେ ଘରେ ନଥିବା ବେଳେ ଯୁବତୀ ଜଣକ ଘରେ ଲାଗିଥିବା ଫ୍ୟାନରେ ରଶି ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କ ମା’ ଆସି ଦେଖିବା ପରେ ତାଙ୍କୁ ଉଦ୍ଧାର କରି ତୁରନ୍ତ ଖାରିଆଗୁଡା ଡାକ୍ତରଖାନାରେ ପହଞ୍ଚାଇ ଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିବା ସହିତ ଖାରିଆଗୁଡା ଫାଣ୍ଡି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ଫାଣ୍ଡି ଅଧିକରୀ ଡାକ୍ତରଖାନାରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଅପମୃତ୍ୟୁ ମାମଲା ରୁଜୁ ପରେ ବ୍ୟବଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ ପଠାଇଛନ୍ତି। ତଦନ୍ତ ପରେ ପ୍ରକୃତ ତଥ୍ୟ ଜଣାପଡିବ ବୋଲି ଫାଣ୍ଡି ଅଧିକାରୀ ପ୍ରକାଶ କରିଛନ୍ତି।