ବେବି କେୟାର ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୬ା୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳର ଏକ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୭ ଶିଶୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଶୋକ ପ୍ରକାଶ କରି କହିଛନ୍ତି, ଅଗ୍ନିକାଣ୍ଡରେ ନବଜାତ ଶିଶୁଙ୍କ ଜୀବନ ଯାଇଥିବାରୁ ମୁଁ ଗଭୀର ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଏବଂ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି। ସୂଚନାନୁଯାୟୀ, ଶନିବାର ରାତି ସାଢ଼େ ୧୧ଟାରେ […] The post ବେବି କେୟାର ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୨୬ା୫: ଦିଲ୍ଲୀର ବିବେକ ବିହାର ଅଞ୍ଚଳର ଏକ ବେବି କେୟାର ସେଣ୍ଟରରେ ଅଗ୍ନିକାଣ୍ଡ ଘଟି ୭ ଶିଶୁଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଶୋକ ପ୍ରକାଶ କରି କହିଛନ୍ତି, ଅଗ୍ନିକାଣ୍ଡରେ ନବଜାତ ଶିଶୁଙ୍କ ଜୀବନ ଯାଇଥିବାରୁ ମୁଁ ଗଭୀର ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଏବଂ ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି।
ସୂଚନାନୁଯାୟୀ, ଶନିବାର ରାତି ସାଢ଼େ ୧୧ଟାରେ ବିବେକ ବିହାରରେ ଥିବା ଏକ ଶିଶୁ ଡାକ୍ତରଖାନାରେ ଅଗ୍ନିକାଣ୍ଡ ଘଟିଥିବା ନେଇ ପିସିଆର୍କୁ ଫୋନ୍ କଲ ଆସିଥିଲା। ଏହାପରେ ତୁରନ୍ତ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ଉଦ୍ଧାରକାରୀ ଟିମ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲା। ଏଥିରେ ୧୨ ଜଣ ଶିଶୁଙ୍କୁ ଉଦ୍ଧାର କରାଯାଇଥିଲା। ତେବେ ସେମାନଙ୍କ ମଧ୍ୟରୁ ଚିକିତ୍ସାଧୀନ ଅବସ୍ଥାରେ ୭ ନବଜାତକଙ୍କ ମୃତ୍ୟୁ ଘଟିଛି। ଏହାଛଡ଼ା ଜଣଙ୍କୁ ଭେଣ୍ଟିଲେଟର୍ରେ ଭର୍ତ୍ତି କରାଯାଇଥିବା ବେଳେ ଅନ୍ୟ ୪ ନବଜାତ ଶିଶୁଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ଇଷ୍ଟ ଦିଲ୍ଲୀ ଆଡଭାନ୍ସଡ କେୟାର ହସ୍ପିଟାଲର ଏନ୍ଆଇସିୟୁରେ ଭର୍ତ୍ତି କରାଯାଇଛି।
The post ବେବି କେୟାର ଅଗ୍ନିକାଣ୍ଡ ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.