ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ ଦେବେ। କନିଷିରେ ଘଣ୍ଟାଏ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ।  ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ ଲୋକଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ଏହା ପରେ ସେ ନବରଙ୍ଗପୁରରେ ମଧ୍ୟ ଏକ ବିଶାଳ ସମାବେଶରେ ସମ୍ବୋଧିତ କରିବେ। ମୋଦିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଆସନ୍ତା ୮ ତାରିଖରେ […] The post ବ୍ରହ୍ମପୁରରେ ପହଞ୍ଚିଲେ ମୋଦି appeared first on Dharitri Odia News.

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ ଦେବେ। କନିଷିରେ ଘଣ୍ଟାଏ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ।  ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ ଲୋକଙ୍କ ଭିଡ଼ ଜମିଥିବା ଦେଖିବାକୁ ମିଳିଛି। ଏହା ପରେ ସେ ନବରଙ୍ଗପୁରରେ ମଧ୍ୟ ଏକ ବିଶାଳ ସମାବେଶରେ ସମ୍ବୋଧିତ କରିବେ। ମୋଦିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବ୍ୟାପକ ପୋଲିସ ମୁତୟନ କରାଯାଇଛି।

ଆସନ୍ତା ୮ ତାରିଖରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ରାୟଗଡ଼ା ଗସ୍ତ କରିବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୧୨ ତାରିଖରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ଦଳର ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର ସୂଚନା ଦେଇଛନ୍ତି।

The post ବ୍ରହ୍ମପୁରରେ ପହଞ୍ଚିଲେ ମୋଦି appeared first on Dharitri Odia News.