ବ୍ରିଜ୍‌ ତଳକୁ ଖସିଲା ସ୍କୁଟି, ଘଟଣାସ୍ଥଳରେ ହିଁ ଚାଲିଗଲା ୩ ଜୀବନ

ଜି.ଉଦୟଗିରି ୦୮।୦୪ : କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ବୁଦାମାହା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା ସ୍କୁଟି । ଏହି ଦୁର୍ଘଟଣାରେ ତିନି ଜଣଙ୍କ ମୃତ୍ୟୁ ହୋଇଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନାହିଁ । ଖବର ଅନୁଯାୟୀ, ପାବୁରିଆରୁ ରାଇକିଆ ଅଭିମୁଖେ ତିନି ଜଣ ଯୁବକ ଏକ ସ୍କୁଟି ଯୋଗେ ଯାଉଥିଲେ । ସ୍କୁଟିଟି ଦ୍ରୁତ ଗତି ଆସୁଥିଲା । ଏହି ସମୟରେ ବୁଦାମାହା ପାଖ ଏକ ବ୍ରିଜ୍‌ ନିକଟରେ ସ୍କୁଟିଟି ଭାରସାମ୍ୟ ହରାଇ ରାସ୍ତ ତଳକୁ ଖସିପଡିଥିଲା । ଯାହାଫଳରେ ସ୍କୁଟିରେ ଥିବା ତିନି ଜଣ ଯୁବକଙ୍କ ମୃତ୍ୟୁ ହୋଇଯାଇଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ଭିଡ ଜମିଥିଲା । ଆଉ ଏହାପରେ ତୁରନ୍ତ ପୋଲିସକୁ ମଧ୍ୟ ଖବର ଦିଆଯାଇଥିଲା । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । 

ବ୍ରିଜ୍‌ ତଳକୁ ଖସିଲା ସ୍କୁଟି, ଘଟଣାସ୍ଥଳରେ ହିଁ ଚାଲିଗଲା ୩ ଜୀବନ

ଜି.ଉଦୟଗିରି ୦୮।୦୪ : କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ବୁଦାମାହା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା ସ୍କୁଟି । ଏହି ଦୁର୍ଘଟଣାରେ ତିନି ଜଣଙ୍କ ମୃତ୍ୟୁ ହୋଇଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିନାହିଁ । 

ଖବର ଅନୁଯାୟୀ, ପାବୁରିଆରୁ ରାଇକିଆ ଅଭିମୁଖେ ତିନି ଜଣ ଯୁବକ ଏକ ସ୍କୁଟି ଯୋଗେ ଯାଉଥିଲେ । ସ୍କୁଟିଟି ଦ୍ରୁତ ଗତି ଆସୁଥିଲା । ଏହି ସମୟରେ ବୁଦାମାହା ପାଖ ଏକ ବ୍ରିଜ୍‌ ନିକଟରେ ସ୍କୁଟିଟି ଭାରସାମ୍ୟ ହରାଇ ରାସ୍ତ ତଳକୁ ଖସିପଡିଥିଲା । ଯାହାଫଳରେ ସ୍କୁଟିରେ ଥିବା ତିନି ଜଣ ଯୁବକଙ୍କ ମୃତ୍ୟୁ ହୋଇଯାଇଛି । 

ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ଘଟଣାସ୍ଥଳରେ ସ୍ଥାନୀୟ ଲୋକଙ୍କ ଭିଡ ଜମିଥିଲା । ଆଉ ଏହାପରେ ତୁରନ୍ତ ପୋଲିସକୁ ମଧ୍ୟ ଖବର ଦିଆଯାଇଥିଲା । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ ।