ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

କଳାହାଣ୍ଡି, ୨୭/୧୨-କଳାହାଣ୍ଡି ଲୋକ କଳା ଓ ପରମ୍ପରାର ବାର୍ତ୍ତାବହ କଳାହାଣ୍ଡି ମହୋତ୍ସବ ପାଇଁ କାଉଣ୍ଟ ଡାଉନ ଆରମ୍ଭ ହୋଇଯାଇଥିବାବେଳେ ପଞ୍ଚାୟତସ୍ତରୀୟ ଓ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବକୁ ନେଇ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହିକ୍ରମରେ ଆଜି ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ବ୍ଲକ ସମ୍ମିଳନୀ କକ୍ଷ ପରିସରରେ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ତହସିଲଦାର ଶରତ ସାହୁ, ସିଡିପିଓ ବିଜୟ ଶ୍ରୀ […] The post ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ appeared first on Odisha.News.

ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

କଳାହାଣ୍ଡି, ୨୭/୧୨-କଳାହାଣ୍ଡି ଲୋକ କଳା ଓ ପରମ୍ପରାର ବାର୍ତ୍ତାବହ କଳାହାଣ୍ଡି ମହୋତ୍ସବ ପାଇଁ କାଉଣ୍ଟ ଡାଉନ ଆରମ୍ଭ ହୋଇଯାଇଥିବାବେଳେ ପଞ୍ଚାୟତସ୍ତରୀୟ ଓ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବକୁ ନେଇ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହିକ୍ରମରେ ଆଜି ଲାଞ୍ଜିଗଡ ବ୍ଲକ ମୁଖ୍ୟାଳୟ ବିଶ୍ୱନାଥପୁରସ୍ଥିତ ବ୍ଲକ ସମ୍ମିଳନୀ କକ୍ଷ ପରିସରରେ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ଼ ବିଡିଓ ଶଶାଙ୍କ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ତହସିଲଦାର ଶରତ ସାହୁ, ସିଡିପିଓ ବିଜୟ ଶ୍ରୀ ସିଂ, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ, ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଡେଇ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ଅବସରରେ ଅତିରିକ୍ତ ବନ ସଂରକ୍ଷକ ନରୋତ୍ତମ ମାଝୀ, ଅତିରିକ୍ତ ଶିକ୍ଷାଧିକାରୀ ଭାରତ ଭୂଷଣ ସାହୁ, ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ପ୍ରଦୀପ କୁମାର ଠାକୁର, ସାମାଜିକ ସମ୍ପ୍ରସାରଣ ଅଧିକାରୀ ଅରବିନ୍ଦ ମହାପାତ୍ର, କୃଷି ଅଧିକାରୀ ଦେବୀ ପ୍ରସାଦ ପୁଷ୍ଟି, ବିଶ୍ୱରଞ୍ଜନ ସେନାପତି, ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ଅମୀୟ ସା, ଜନସ୍ୱାସ୍ଥ୍ୟ ଅଧିକାରୀ ଦିବାକର ପ୍ରଧାନ, ପୁଲିସ ଅଧିକାରୀ ଅଶୋକ କୁମାର ପ୍ରଧାନ, ଅଗ୍ନିଶମ ଅଧିକାରୀ, ଲାଞ୍ଜିଗଡ ପ୍ରେସ କ୍ଳବର ସଭାପତି ସୁଶୀଲ କୁମାର ବାଗ, ପିଇଡବ୍ଲ୍ୟୁ ମିଡ଼ିଆ ଏସୋସିଏସନର ସଭାପତି ନୀଲେଶ ନାଗ, ସାଧାରଣ ସଂପାଦକ ଗୋପାଳଦାସ ମହାନନ୍ଦ, ବରିଷ୍ଠ ନାଗରିକ ବଳରାମ ବେହେରା, ରଘୁବୀର ନାଗ, ଅନନ୍ତରାମ ପ୍ରଧାନୀ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ମନୋହର ହରପାଲ, ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ଜଗଦୀଶ ବେନିଆ, ଲାଞ୍ଜି ସରପଞ୍ଚ ଯମୁନା ମାଝୀ, ଲାଞ୍ଜିଗଡ ରୋଡ଼ ସରପଞ୍ଚ ମମତା ଶବର, ଛତ୍ରପୁର ସରପଞ୍ଚ ସୁଷମା ମାଝୀଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଓ ବୁଦ୍ଧିଜୀବୀ ନାଗରିକଗଣ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ। ବ୍ଲକ ମଙ୍ଗଳ ଅଧିକାରୀ ପଙ୍କଜ କୁମାର ବଳିୟାରସିଂ ସଭା ପରିଚାଳନା କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ।

The post ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ appeared first on Odisha.News.