ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀଙ୍କ ଅନୁକମ୍ପାମୂଳକ ସହାୟତା ରାଶି ବଢ଼ାଇଲେ ସରକାର

ଭୁବନେଶ୍ୱର,୧୦ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ୍‌ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ବିଭିନ୍ନ ସେବା ସୁବିଧା ଘୋଷଣା କରିଛନ୍ତି। ଘୋଷଣା ଅନୁଯାୟୀ, ଏହି ବ୍ଲକଗ୍ରାଣ୍ଟ କର୍ମଚାରୀମାନେ ବାର୍ଷିକ ୧୫ ଦିନର ସାମୟିକ ଛୁଟି ପାଇବେ। ଏଥି ସହିତ ମହିଳା ବ୍ଲକଗ୍ରାଣ୍ଟ କର୍ମଚାରୀମାନଙ୍କୁ ଦୁଇଟି ଜୀବିତ ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୮୦ ଦିନର ମାତୃତ୍ୱ ଛୁଟି ମିଳିବ। ବ୍ଲକ୍‌ଗ୍ରାଣ୍ଟ୍‌ ପାଇବା ଦିନଠାରୁ ୧୬ […] The post ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀଙ୍କ ଅନୁକମ୍ପାମୂଳକ ସହାୟତା ରାଶି ବଢ଼ାଇଲେ ସରକାର appeared first on Dharitri Odia News.

ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀଙ୍କ ଅନୁକମ୍ପାମୂଳକ ସହାୟତା ରାଶି ବଢ଼ାଇଲେ ସରକାର

ଭୁବନେଶ୍ୱର,୧୦ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ୍‌ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ କର୍ମଚାରୀମାନଙ୍କ ପାଇଁ ବିଭିନ୍ନ ସେବା ସୁବିଧା ଘୋଷଣା କରିଛନ୍ତି।

ଘୋଷଣା ଅନୁଯାୟୀ, ଏହି ବ୍ଲକଗ୍ରାଣ୍ଟ କର୍ମଚାରୀମାନେ ବାର୍ଷିକ ୧୫ ଦିନର ସାମୟିକ ଛୁଟି ପାଇବେ। ଏଥି ସହିତ ମହିଳା ବ୍ଲକଗ୍ରାଣ୍ଟ କର୍ମଚାରୀମାନଙ୍କୁ ଦୁଇଟି ଜୀବିତ ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୮୦ ଦିନର ମାତୃତ୍ୱ ଛୁଟି ମିଳିବ। ବ୍ଲକ୍‌ଗ୍ରାଣ୍ଟ୍‌ ପାଇବା ଦିନଠାରୁ ୧୬ ବର୍ଷ ପରେ ଅନୁଦାନପ୍ରାପ୍ତ ଶିକ୍ଷକଙ୍କୁ ଉଚ୍ଚତର ବେତନ ହାର ସ୍ତରରେ ଏକ ପ୍ଲେସ୍‌ମେଣ୍ଟ ସ୍କେଲ୍‌ ସୁବିଧା ପ୍ରଦାନ କରାଯିବ।

ସେହିପରି ମୁଖ୍ୟମନ୍ତ୍ରୀ ବିଭିନ୍ନ ବ୍ଲକ ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ ବ୍ଲକଗ୍ରାଣ୍ଟ କର୍ମଚାରୀମାନଙ୍କ ପାଇଁ ସେବା ସମୟରେ ମୃତ୍ୟୁବରଣ କିମ୍ବା ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତା ରାଶି ଯଥାକ୍ରମେ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ଏବଂ ୧.୫୦ ଲକ୍ଷରୁ ୩.୫୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।

ଇତିମଧ୍ୟରେ କ୍ୟାବିନେଟ, ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀମାନଙ୍କୁ ୬୦ ବର୍ଷ ବୟସରେ ସେବା ନିବୃତ୍ତି ସମୟରେ ଏକକାଳୀନ ରାଶି ଭାବରେ ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀଙ୍କ ଯଥାକ୍ରମେ ୧୦ଲକ୍ଷ ଓ ୫ ଲକ୍ଷ ଟଙ୍କା ପ୍ରଦାନ ପାଇଁ ମଧ୍ୟ ନିଷ୍ପତ୍ତ ନେଇଛନ୍ତି।

୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲାଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀ ଓ ସେମାନଙ୍କ ସଂଘ ପକ୍ଷରୁ ଏ ବିଷୟରେ ପ୍ରସ୍ତାବ ଆସିଥିଲା। ମୁଖ୍ୟମନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରିବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କ ଏହି ପ୍ରସ୍ତାବ ବିଷୟରେ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ପ୍ରାୟ ୧୭,୫୦୦ କର୍ମଚାରୀ ଉପକୃତ ହେବେ।

The post ବ୍ଲକ୍‌ଗ୍ରାଣ୍ଟ କର୍ମଚାରୀଙ୍କ ଅନୁକମ୍ପାମୂଳକ ସହାୟତା ରାଶି ବଢ଼ାଇଲେ ସରକାର appeared first on Dharitri Odia News.