ବ୍ୟବସାୟରେ ଅଳ୍ପ ପରିଶ୍ରମରେ ଅଧିକ ଲାଭର ଯୋଗ ରହିଛି, ଲାଗିଥିବା ସମସ୍ୟାର ସମାଧାନ ହେବ

ମେଷ- ପରିବାରରେ ଓ ଚାକିରି କ୍ଷେତ୍ରରେ ଆଦର ସମ୍ମାନ ମିଳିବ ଦିନଟି ଖୁସିରେ କଟିବ  । ପରିବାରର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଚାକିରିରେ ଚାପ ବୃଦ୍ଧି ପାଇବ । ଲାଗିଥିବା ସମସ୍ୟାର ସମାଧାନ ହେବ । ବ୍ୟବସାୟରେ ଅଳ୍ପ ପରିଶ୍ରମରେ ଅଧିକ ଲାଭ ଯୋଗ ରହିଛି ।ବୃଷ-  ଦିନଟିରେ ଅଧିକ ପରିଶ୍ରମର ଯୋଗ ରହିଛି । ବ୍ୟକ୍ତିଗତ ସମସ୍ୟାର ସମାଧାନ ହେବ । ସାନ ଭାଇଭଉଣୀଙ୍କ ସହିତ ସମନ୍ୱୟ ରହିବ । ଭାବନାକୁ ନିଜ ନିୟନ୍ତ୍ରଣରେ ରଖନ୍ତୁ। ବିଦ୍ୟାର୍ଥୀ ମାନେ ଖୁସି ଖବର ପାଇବେ ।ମିଥୁନ- ରୋଗରେ ଖର୍ଚ୍ଚ ବୃଦ୍ଧି ପାଇବ, ସଞ୍ଚୟ ମଧ୍ୟ ଶେଷ ହେବ । ନୂତନ ଚାକିରି ପାଇଁ ଆବେଦନ କରିପାରିବେ । ମାନସିକ ସ୍ୱାସ୍ଥ୍ୟର ମଧ୍ୟ ଯତ୍ନ ନିଅନ୍ତୁ । କୌଣସି  ନୂତନ ଯୋଜନାରେ ବିନିଯୋଗ କରନ୍ତୁ ନାହିଁ । କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ ।କର୍କଟ- ମାନସିକ ଅଶାନ୍ତି ଓ ଶାରୀରିକ ପୀଡ଼ା ହେବାର ସମ୍ଭାବନା ରହିଛି । ବ୍ୟବସାୟରେ କ୍ଷତି ସହିବାର ସମ୍ଭାବନା ରହିଛି । ସନ୍ତାନଙ୍କ ସ୍ଵାସ୍ଥ୍ୟଗତ ସମସ୍ୟାକୁ ନେଇ ଚିନ୍ତାରେ ରହିବେ । ପୈତୃକ ସମ୍ପତିକୁ ନେଇ ବିବାଦ ଲାଗିପାରେ । ବନ୍ଧୁ ମିଳନର ଯୋଗ ରହିଛି ।ସିଂହ- ମନ ପ୍ରଫୁଲ୍ଲ ଓ ଉତ୍ସାହିତ ରହିବ । ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଚାକିରିରେ ପଦୋନ୍ନତି ଘଟିବ । ବ୍ୟବସାୟରେ ଅଧିକ ଅର୍ଥ ଲାଭର ଯୋଗ ରହିଛି ।ମାନ-ସମ୍ମାନ ମିଳିବ । ଭାବିଚିନ୍ତି କାର୍ଯ୍ୟ ନିଷ୍ପତ୍ତି ନିଅନ୍ତୁ ।କନ୍ୟା- ସୁଖ ହାନି ହେବାର ଯଥ

ବ୍ୟବସାୟରେ ଅଳ୍ପ ପରିଶ୍ରମରେ ଅଧିକ ଲାଭର ଯୋଗ ରହିଛି, ଲାଗିଥିବା ସମସ୍ୟାର ସମାଧାନ ହେବ

ମେଷ- ପରିବାରରେ ଓ ଚାକିରି କ୍ଷେତ୍ରରେ ଆଦର ସମ୍ମାନ ମିଳିବ ଦିନଟି ଖୁସିରେ କଟିବ  । ପରିବାରର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଚାକିରିରେ ଚାପ ବୃଦ୍ଧି ପାଇବ । ଲାଗିଥିବା ସମସ୍ୟାର ସମାଧାନ ହେବ । ବ୍ୟବସାୟରେ ଅଳ୍ପ ପରିଶ୍ରମରେ ଅଧିକ ଲାଭ ଯୋଗ ରହିଛି ।

ବୃଷ-  ଦିନଟିରେ ଅଧିକ ପରିଶ୍ରମର ଯୋଗ ରହିଛି । ବ୍ୟକ୍ତିଗତ ସମସ୍ୟାର ସମାଧାନ ହେବ । ସାନ ଭାଇଭଉଣୀଙ୍କ ସହିତ ସମନ୍ୱୟ ରହିବ । ଭାବନାକୁ ନିଜ ନିୟନ୍ତ୍ରଣରେ ରଖନ୍ତୁ। ବିଦ୍ୟାର୍ଥୀ ମାନେ ଖୁସି ଖବର ପାଇବେ ।

ମିଥୁନ- ରୋଗରେ ଖର୍ଚ୍ଚ ବୃଦ୍ଧି ପାଇବ, ସଞ୍ଚୟ ମଧ୍ୟ ଶେଷ ହେବ । ନୂତନ ଚାକିରି ପାଇଁ ଆବେଦନ କରିପାରିବେ । ମାନସିକ ସ୍ୱାସ୍ଥ୍ୟର ମଧ୍ୟ ଯତ୍ନ ନିଅନ୍ତୁ । କୌଣସି  ନୂତନ ଯୋଜନାରେ ବିନିଯୋଗ କରନ୍ତୁ ନାହିଁ । କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ ।

କର୍କଟ- ମାନସିକ ଅଶାନ୍ତି ଓ ଶାରୀରିକ ପୀଡ଼ା ହେବାର ସମ୍ଭାବନା ରହିଛି । ବ୍ୟବସାୟରେ କ୍ଷତି ସହିବାର ସମ୍ଭାବନା ରହିଛି । ସନ୍ତାନଙ୍କ ସ୍ଵାସ୍ଥ୍ୟଗତ ସମସ୍ୟାକୁ ନେଇ ଚିନ୍ତାରେ ରହିବେ । ପୈତୃକ ସମ୍ପତିକୁ ନେଇ ବିବାଦ ଲାଗିପାରେ । ବନ୍ଧୁ ମିଳନର ଯୋଗ ରହିଛି ।

ସିଂହ- ମନ ପ୍ରଫୁଲ୍ଲ ଓ ଉତ୍ସାହିତ ରହିବ । ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଚାକିରିରେ ପଦୋନ୍ନତି ଘଟିବ । ବ୍ୟବସାୟରେ ଅଧିକ ଅର୍ଥ ଲାଭର ଯୋଗ ରହିଛି ।ମାନ-ସମ୍ମାନ ମିଳିବ । ଭାବିଚିନ୍ତି କାର୍ଯ୍ୟ ନିଷ୍ପତ୍ତି ନିଅନ୍ତୁ ।

କନ୍ୟା- ସୁଖ ହାନି ହେବାର ଯଥେଷ୍ଟ ସମ୍ଭାବନା ରହିଛି ବିରୋଧୀମାନେ ହଇରାଣ କରିବାକୁ ପ୍ରୟାସ କରିବେ । କର୍ମ କ୍ଷେତ୍ରରେ ସାବଧାନ ଅବଲମ୍ବନ କରନ୍ତୁ । ଆର୍ଥିକ ଅନଟନ ଦେଖା  ଦେଇପାରେ । ବିଦ୍ୟାର୍ଥୀମାନେ ଅବହେଳିତ ହେବେ ।

ତୁଳା- ମନରେ ଥିବା ଅହଂ ଭାବକୁ ସଂପୂର୍ଣ୍ଣ ଦୂରୀଭୂତ କରନ୍ତୁ ଉନ୍ନତିର ଯୋଗ ରହିଛି। ହେଲେ ମଧ୍ୟ ଦିନଟି ମଧ୍ୟମ ଫଳ ଦେବ। ମନ ସର୍ବଦା ଚଞ୍ଚଳ ରହିବ । ମିଳିବାକୁ ଥିବା ଦ୍ରବ୍ୟର ପ୍ରାପ୍ତି ବିଳମ୍ବରେ ହେବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଆସିବ ।

ବିଛା- କିଛି ମୂଲ୍ୟବାନ ବସ୍ତୁ କିମ୍ବା ଦ୍ରବ୍ୟ ନଷ୍ଟ ହେବାର ସମ୍ଭାବନା ଅଛି । ଦିନଟିରେ ଚିନ୍ତାରେ ପଡ଼ିବେ । ଜୀବନ ସାଥୀଙ୍କ ସ୍ବାସ୍ଥ୍ୟାବସ୍ଥାରେ ଅବନ୍ନତି ଦେଖାଦେବ । ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନ କରିବେ। ବିଦ୍ୟାର୍ଥୀମାନେ ଅସଫଳ ହେବେ ।

ଧନୁ- କୌଣସି ସ୍ଥାନରୁ ସମ୍ମାନର ଅଧିକାରୀ ହେବେ। ମନ ଖୁସି ହେବ । ଆତ୍ମବିଶ୍ୱାସରେ ପରିପୂର୍ଣ୍ଣ ହେବ । ବ୍ୟବସାୟ ପାଇଁ  ଭ୍ରମଣ ସଫଳ ହେବ । ବ୍ୟବସାୟରେ ବୃଦ୍ଧି ଘଟିବ । ଲାଭ ପାଇଁ ମଧ୍ୟ ସୁଯୋଗ ରହିବ । ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବିଦ୍ୟାର୍ଥୀମାନେ ଲାଭବାନ ହେବେ। 

ମକର- ମନରେ ଉଦବେଗ ପ୍ରକାଶ ପାଇବ । କର୍ମକ୍ଷେତ୍ରରେ ବିତର୍କ ହୋଇପାରେ । ଅତିଥିମାନେ ଘରକୁ ଆସିବେ । ମାନସିକ ଚାପ ସ୍ୱାସ୍ଥ୍ୟକୁ ଖରାପ କରିପାରେ । ଟଙ୍କା କାରବାରରେ ଅଧିକ ସତର୍କ ରୁହନ୍ତୁ । ଦିନଟି ଏତେ ଶୁଭ ଫଳ ପ୍ରଦାନ କରିବା ନାହିଁ ।

କୁମ୍ଭ- ଦିନଟିରେ ଉତ୍ତମ ଫଳ ପ୍ରାପ୍ତ କରିବେ । ବ୍ୟବସାୟୀମାନଙ୍କର ନୂତନ ଚୁକ୍ତି ଯୋଗୁଁ ଲାଭବାନ ହେବାର ସମ୍ଭାବନା ରହିଛି । ମାତା ପିତାଙ୍କ ଆଶୀର୍ବାଦ ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀମାନେ ପରୀକ୍ଷାରେ ସଫଳତା ଅର୍ଜନ କରିବେ ।  

ମୀନ- ଆପଣଙ୍କ କାର୍ଯ୍ୟରେ କୌଣସି ବ୍ୟକ୍ତି ବାଧା ସୃଷ୍ଟି କରିପାରନ୍ତି । ଚାକିରିରେ ମଧ୍ୟମ ଫଳ ପ୍ରାପ୍ତି ହେବ। ବ୍ୟବସାୟରେ ଉଧାର ଦିଅନ୍ତୁ ନାହିଁ । ଆର୍ଥିକ ସ୍ଥିତିରେ ସୁଧାର ସହିତ ମାନସିକ ଶାନ୍ତି ବଜାୟ ରହିବ । ଭ୍ରମଣର ଯୋଗ ରହିଛି । ବିଦ୍ୟାର୍ଥୀମାନେ ସଫଳ ହେବେ ।