ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଜେଲ୍‌ ଗଲେ ବବି ଦାସଙ୍କ ଭାଇ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି ସକାଳେ ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଥିଲା। ଗତ ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ ଭବଙ୍କୁ ଅଟକ ରଖିଥିଲା। ଗତକାଲି ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଭବଙ୍କ ନାଁରେ ଏତଲା ଦିଆଯାଇଥିଲା । ସୂଚନାଯୋଗ୍ୟ, ବହୁ ବର୍ଷ ପୂର୍ବରୁ ବିରଜା ମନ୍ଦିର ନିକଟରେ ଚାଲି […] The post ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଜେଲ୍‌ ଗଲେ ବବି ଦାସଙ୍କ ଭାଇ appeared first on Dharitri Odia News.

ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଜେଲ୍‌ ଗଲେ ବବି ଦାସଙ୍କ ଭାଇ

ଯାଜପୁର,୨୩।୧୧: ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇ ଜେଲ୍‌ ଯାଇଛନ୍ତି ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରସାଦ ଦାସ। ଆଜି ସକାଳେ ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜିଏମ୍‌ଙ୍କ ବାସଭବନକୁ ଅଣାଯାଇଥିଲା। ଗତ ବିଳମ୍ବିତ ରାତିରେ ଯାଜପୁର ଟାଉନ ପୋଲିସ ଭବଙ୍କୁ ଅଟକ ରଖିଥିଲା। ଗତକାଲି ହାଟର ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଭବଙ୍କ ନାଁରେ ଏତଲା ଦିଆଯାଇଥିଲା ।

ସୂଚନାଯୋଗ୍ୟ, ବହୁ ବର୍ଷ ପୂର୍ବରୁ ବିରଜା ମନ୍ଦିର ନିକଟରେ ଚାଲି ଆସୁଥିବା ବିରଜା ହାଟକୁ ପୂର୍ବ ସରକାର ଅମଳରେ ବିରଜା ପ୍ରକଳ୍ପ ପାଇଁ ଏହାକୁ ସନ୍ଥ ମାଧବ ନିକଟକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ସେଠି ଭଲ ବ୍ୟବସାୟ ହେଉ ନ ଥିବା ନେଇ ବାରମ୍ବାର ବ୍ୟବସାୟୀଙ୍କ ଅଭିଯୋଗରୁ ପୁଣି ହାଟକୁ ପୂର୍ବସ୍ଥାନକୁ ଫେରାଇ ଅଣାଯିବାକୁ ନିଷ୍ପତ୍ତି ହୋଇଥିଲା । ଯାହାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ।

ଗୋଟିଏ ଗୋଷ୍ଠୀ ପୂର୍ବ ସ୍ଥାନକୁ ହାଟ ଫେରିବା ଚାହୁଁଥିବା ବେଳେ ଅପର ଗୋଷ୍ଠୀ ବିରଜା ପ୍ରକଳ୍ପକୁ ଭଣ୍ଡୁର କରାଯିବାର ଉଦ୍ଦେଶ୍ୟ କହି ଏହାର ବିରୋଧ କରୁଥିଲେ। ହାଟ ସ୍ଥାନାନ୍ତର ପାଇଁ ପ୍ରଶାସନର ନିଷ୍ପତ୍ତି ବିରୋଧରେ ରାସ୍ତାରୋକୋବେଳେ ବିଧାୟକଙ୍କ ଗାଡ଼ି ସେଇ ରାସ୍ତା ଦେଇ ଅତିକ୍ରମ କରୁଥିବାବେଳେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ମାମଲାରେ ପୋଲିସ ୧୦ ଜଣଙ୍କୁ ଗିରଫ କରି ଜେଲ ହାଜତକୁ ପଠାଯାଇଛି ।

ବିଧାୟକ ହିମାଂଶୁ ତାଙ୍କ ଉପରେ ଆକ୍ରମଣ ଘଟଣାରେ ସିଧାସଳଖ ବବି ଦାସଙ୍କୁ ଦାୟୀ କରିଛନ୍ତି। ଏଥିସହ ଆଇନ ତା ବାଟରେ ଯିବ, ଆକ୍ରମଣରେ ସଂପୃକ୍ତ ସମସ୍ତେ ଗିରଫ ହେବେ ବୋଲି ହିମାଂଶୁ ଚେତାଇ ଦେଇଛନ୍ତି।

 

The post ବ୍ୟବସାୟୀଙ୍କୁ ଧମକ ଦେବା ଅଭିଯୋଗରେ ଜେଲ୍‌ ଗଲେ ବବି ଦାସଙ୍କ ଭାଇ appeared first on Dharitri Odia News.