ବଡ଼ ଖବର: ମାଡ଼ି ଆସୁଛି ବାତ୍ୟା; ୨୩ରୁ ୨୫ ପର୍ଯ୍ୟନ୍ତ ବନ୍ଦ ରହିବ କଲେଜ 

କଲେଜ ଓ ବିଶ୍ବବିଦ୍ୟାଳୟ ବନ୍ଦ ରଖିବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ ଦେଇଛନ୍ତି । ୧୪ ଜିଲ୍ଲାରେ କଲେଜ, ବିଶ୍ବବିଦ୍ୟାଳୟ ବନ୍ଦ ନେଇ ନିର୍ଦ୍ଦେଶ ଦିଆଯାଇଛି। 

ବଡ଼ ଖବର: ମାଡ଼ି ଆସୁଛି ବାତ୍ୟା; ୨୩ରୁ ୨୫ ପର୍ଯ୍ୟନ୍ତ ବନ୍ଦ ରହିବ କଲେଜ 

ବଡ଼ ଖବର  । ମାଡ଼ି ଆସୁଛି ବାତ୍ୟା । ଏଥି ପାଇଁ ବନ୍ଦ ହେଲା କଲେଜ । ବାତ୍ୟା ପାଇଁ ୨୩ରୁ ୨୫ ପର୍ଯ୍ୟନ୍ତ କଲେଜ ବନ୍ଦ ରହିବ । କଲେଜ ଓ ବିଶ୍ବବିଦ୍ୟାଳୟ ବନ୍ଦ ରଖିବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ ଦେଇଛନ୍ତି । ୧୪ ଜିଲ୍ଲାରେ କଲେଜ, ବିଶ୍ବବିଦ୍ୟାଳୟ ବନ୍ଦ ନେଇ ନିର୍ଦ୍ଦେଶ ଦିଆଯାଇଛି।

ପୂର୍ବରୁ ବାତ୍ୟା ପାଇଁ ୨୩ରୁ ୨୫ ଯାଏଁ ସ୍କୁଲ ଛୁଟି ଘୋଷଣା ହୋଇଥିଲା । ୧୪ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଥିଲେ ଏସଆରସି । ବାତ୍ୟା ଯେଉଁ ସବୁ ଜିଲ୍ଲାକୁ ପ୍ରଭାବିତ କରିବ ସେଠି ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଥିଲେ ରାଜ୍ୟ ସରକାର। ଏସବୁ ଜିଲ୍ଲା ଗୁଡ଼ିକ ହେଲା ଗଂଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ , ଯାଜପୁର, ଅନୁଗୁଳ, ଖୋର୍ଦ୍ଧା ଓ ନୟାଗଡ଼। 

ଏପଟେ ସୃଷ୍ଟି ହୋଇଛି ଅବପାତ। ବଙ୍ଗୋପସାଗରରେ ସକ୍ରିୟ ୱେଲ୍ ମାର୍କଡ ଲୋ ପ୍ରେସର ଆଜି ଡିପ୍ରେସନରେ ପରିଣତ ହୋଇଛି। ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି ଅବପାତ। ଡିପ୍ରେସନ ଏବେ ପାରାଦୀପ ଉପକୂଳରୁ ୭୩୦ କିଲୋମିଟର ଦକ୍ଷିଣପୂର୍ବ, ପଶ୍ଚିମବଙ୍ଗ ସାଗର ଦ୍ବୀପରୁ ୭୭୯ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଓ ବାଂଲାଦେଶ ଖେପୁପରା ଉପକୂଳରୁ ୭୪୦ କିଲୋମିଟର ଦକ୍ଷିଁଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି।

ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହେବ। ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପ। ଏହାପରେ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ ଆହୁରି ସିଭିୟର ହେବ। ସିଭିୟର ସାଇକ୍ଲୋନିକ ଷ୍ଟିମ ବା ଭୀଷଣ ବାତ୍ୟା ୨୪ ରାତି ଓ ୨୫ ସକାଳ ଭିତରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳର ପୁରୀରୁ ସାଗର ଦ୍ବୀପ ଭିତରେ ଉପକୂଳ ଅତିକ୍ରମ କରିବ। ଉପକୂଳ ଅତିକ୍ରମ କରିବା ବେଳେ ପବନର ବେଗ ୧୦୦ରୁ ୧୧୦ କିଲୋମିଟର ଓ ଝଟକା ପବନବ ୧୨୦ କିଲୋମିଟର ଛୁଇଁପାରେ।