ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ, ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର (କେନ୍ୟୁଜ୍): ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଅଙ୍ଗନବାଡି କେନ୍ଦ୍ର କର୍ମୀ ଏବଂ ସହାୟିକାଙ୍କ ପାରିଶ୍ରମିକ ବୃଦ୍ଧି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ଅଙ୍ଗନବାଡି କର୍ମୀ ଓ ସହାୟିକାଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଫଳରେ ଅଙ୍ଗନବାଡି କର୍ମୀଙ୍କ ମାସିକ ପାରିଶ୍ରମିକ ୭ହଜାର ୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବଢିଛି । ସେହିପରି ମିନି ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ୫ହଜାର ୩୭୫ ଟଙ୍କାରୁ ୭ହଜାର ୨୫୦ ଟଙ୍କାକୁ […] The post ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ, ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି appeared first on KNews Odisha.

ଭୁବନେଶ୍ୱର (କେନ୍ୟୁଜ୍): ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ଅଙ୍ଗନବାଡି କେନ୍ଦ୍ର କର୍ମୀ ଏବଂ ସହାୟିକାଙ୍କ ପାରିଶ୍ରମିକ ବୃଦ୍ଧି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ଅଙ୍ଗନବାଡି କର୍ମୀ ଓ ସହାୟିକାଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଫଳରେ ଅଙ୍ଗନବାଡି କର୍ମୀଙ୍କ ମାସିକ ପାରିଶ୍ରମିକ ୭ହଜାର ୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବଢିଛି । ସେହିପରି ମିନି ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ୫ହଜାର ୩୭୫ ଟଙ୍କାରୁ ୭ହଜାର ୨୫୦ ଟଙ୍କାକୁ ବୃଦ୍ଧି ପାଇଛି । ଅଙ୍ଗନବାଡି ସହାୟିକାଙ୍କ ପାରିଶ୍ରମିକ ୩ହଜାର ୭୫୦ ଟଙ୍କାରୁ ୫୦୦୦ଟଙ୍କାକୁ ବଢ଼ାଯାଇଛି । ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ । ଚଳିତ ଫେବୃଆରୀ ମାସରୁ ବର୍ଦ୍ଧିତ ପାରିଶ୍ରମିକ ନିୟମିତ ଭାବେ ମିଳିବ। ଅକ୍ଟୋବର ୨୦୨୩ରୁ ଜାନୁଆରୀ ୨୦୨୪ ଚାରି ମାସର ବର୍ଦ୍ଧିତ ବକେୟା ରାଶି ମାର୍ଚ୍ଚ ୫ରୁ ୧୦ ତାରିଖ ମଧ୍ୟରେ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଯିବ। ଅଙ୍ଗନବାଡି କର୍ମୀଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ।
The post ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ପାରିଶ୍ରମିକ, ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି appeared first on KNews Odisha.