ବଢ଼ିଲା ଆଶାକର୍ମୀଙ୍କ ଦରମା

ଆଶାକର୍ମୀମାନଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶି ୫୦ ହଜାରରୁ ୧ ଲକ୍ଷକୁ ବୃଦ୍ଧି କରାଯାଇଥିବା ଘୋଷଣା କରାଯାଇଛି।

ବଢ଼ିଲା ଆଶାକର୍ମୀଙ୍କ ଦରମା

ବଢ଼ିଛି ଆଶାକର୍ମୀଙ୍କ ଦରମା। ଆଶାକର୍ମୀଙ୍କ ପାରଶ୍ରମିକଙ୍କୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମାସିକ ଦରମା ୪,୫୦୦ରୁ ୭ ହଜାର ଟଙ୍କାକୁ ବୃଦ୍ଧି ପାଇଛି।

ଖାଲି ଏତିକି ନୁହେଁ ଆଶାକର୍ମୀମାନଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶି ୫୦ ହଜାରରୁ ୧ ଲକ୍ଷକୁ ବୃଦ୍ଧି କରାଯାଇଥିବା ଘୋଷଣା କରାଯାଇଛି। ଏଥିରେ ୪୯,୫୨୨ ଆଶାକର୍ମୀ ଉପକୃତ ହେବେ। 

ପାରିଶ୍ରମିକ ବାବାଦରେ ପୂର୍ବରୁ ରାଜ୍ୟ ସରକାର ବାର୍ଷିକ ୫୯ କୋଟି ୪୩ ଲକ୍ଷ ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଏବେ ବାର୍ଷିକ ୨୦୮ କୋଟି ଟଙ୍କା ଖର୍ଚ୍ଚ ହେବ। ସେହିଭଳି ସେବା ନିବୃତ୍ତି ସହାୟତା ବାବଦରେ ୫୫ ଲକ୍ଷ ଟଙ୍କା ରାଜ୍ୟ ସରକାର ବ୍ୟୟ କରିବେ ।

ସୂଚନାଯୋଗ୍ୟ, ବିଭିନ୍ନ ଦାବି ନେଇ ଆଶାକର୍ମୀମାନେ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଧାରଣାରେ ବସିଥିଲେ। ନିଯୁକ୍ତି ସହ ୨୬ ହଜାର ଦରମା ଓ ୧୦ ହଜାର ପେନସନ୍‌ ମୃତ୍ୟୁକାଳୀନ ବୀମାରାଶି ଦାବିରେ ଆଶାକର୍ମୀମାନେ ଧାରଣାରେ ବସିଥିଲେ।