ବଢ଼ିଲା ଗ୍ରାମ୍ୟ ସାଧନ କର୍ମୀଙ୍କ ଦୈନିକ ପାରିଶ୍ରମିକ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବଢ଼ିଲା ଗ୍ରାମ୍ୟ ସାଧନ କର୍ମୀଙ୍କ ଦୈନିକ ପାରିଶ୍ରମିକ। ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି ଘୋଷଣା... The post ବଢ଼ିଲା ଗ୍ରାମ୍ୟ ସାଧନ କର୍ମୀଙ୍କ ଦୈନିକ ପାରିଶ୍ରମିକ ବଢ଼ାଇଲେ ମୁଖ୍ୟମନ୍ତ୍ରୀ appeared first on .

ବଢ଼ିଲା ଗ୍ରାମ୍ୟ ସାଧନ କର୍ମୀଙ୍କ ଦୈନିକ ପାରିଶ୍ରମିକ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବଢ଼ିଲା ଗ୍ରାମ୍ୟ ସାଧନ କର୍ମୀଙ୍କ ଦୈନିକ ପାରିଶ୍ରମିକ। ରାଜ୍ୟର ସମସ୍ତ ଗ୍ରାମ୍ୟ ସାଧନ କର୍ମୀଙ୍କ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଦୈନିକ କାର୍ଯ୍ୟ ଦିବସର ପାରିଶ୍ରମିକ ୩୦୦ ଟଙ୍କାରୁ ୪୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିସହିତ ଯାତାୟତ ଖର୍ଚ୍ଚ ବାବଦରେ ମଧ୍ୟ ଅତିରିକ୍ତ ୧୦୦ ଟଙ୍କା ପାଇବେ । ମୋଟ ଉପରେ ୫୦୦ ଟଙ୍କା ପାଇବେ ଗ୍ରାମ୍ୟ ସାଧନ କର୍ମୀ। ଏହାଦ୍ବାରା ରାଜ୍ୟର ୧୦ ହଜାର ଗ୍ରାମ୍ୟ ସାଧନ କର୍ମୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ୨.୮୮ କୋଟି ଟଙ୍କା ଅତିରିକ୍ତ ଖର୍ଚ୍ଚ ବହନ କରିବେ। 5T ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ସାଧନ କର୍ମୀଙ୍କ ପକ୍ଷରୁ ଏ ସଂପର୍କରେ ପ୍ରସ୍ତାବ ଆସିଥିଲା । ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ଏମାନଙ୍କ ପାରିଶ୍ରମିକ ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ଓଡିଶା ସାମାଜିକ ସମୀକ୍ଷା, ଉତ୍ତର ଦାୟିତ୍ବ ଓ ସ୍ବଚ୍ଛତା ସମିତିରେ କାମ କରୁଥିବା ଏହି ସାଧନ କର୍ମୀମାନେ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଯଥା, ମନରେଗା, ପକ୍କା ଘର, ଖାଦ୍ୟ ସୁରକ୍ଷା, ମଧ୍ୟାହ୍ନ ଭୋଜନ ଭଳି ଅନେକ କାର୍ଯ୍ୟକ୍ରମର ସାମାଜିକ ସମୀକ୍ଷା କରି ସ୍ବଚ୍ଛତା ରକ୍ଷା କରିବାରେ ତାତ୍ପର୍ଯ୍ୟପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି । ଏଥିରେ ମିଶନ ଶକ୍ତି ମା ମାନେ ବହୁ ସଂଖ୍ୟାରେ ନିୟୋଜିତ ଅଛନ୍ତି ।

The post ବଢ଼ିଲା ଗ୍ରାମ୍ୟ ସାଧନ କର୍ମୀଙ୍କ ଦୈନିକ ପାରିଶ୍ରମିକ ବଢ଼ାଇଲେ ମୁଖ୍ୟମନ୍ତ୍ରୀ appeared first on .