ଭଦ୍ରକରେ ଆଉ ୧୨ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ: ଭଦ୍ରକରେ ଆଉ ୧୨ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ । ସକାଳ ୬ରୁ ସଂନ୍ଧ୍ୟା ୬ ପର୍ଯ୍ୟନ୍ତ... The post ଭଦ୍ରକରେ ଆଉ ୧୨ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ appeared first on .

ଭଦ୍ରକରେ ଆଉ ୧୨ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ: ଭଦ୍ରକରେ ଆଉ ୧୨ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ । ସକାଳ ୬ରୁ ସଂନ୍ଧ୍ୟା ୬ ପର୍ଯ୍ୟନ୍ତ ଇଣ୍ଟରନେଟ ସେବାକୁ ବନ୍ଦ କରି ଦିଆଯାଇଛି । ଆଇନଶୃଙ୍ଖଳା ଦୃଷ୍ଟିରୁ ଏଭଳି ପଦକ୍ଷେପ ନିଆଯାଇଛି । ଏନେଇ ସୂଚନା ଦେଇଛନ୍ତି ଭଦ୍ରକ ଏସପି ମନୋଜ ରାଉତ । ଭଦ୍ରକ ମୁନିସିପାଲିଟି, ଭଦ୍ରକ ବ୍ଲକ, ଧାମନଗର ଏନଏସି, ଧାମନଗର ବ୍ଲକ ଓ ତିହିଡି ବ୍ଲକରେ ଇଣ୍ଟରନେଟ ବନ୍ଦ ରହିବ । ଗତକାଲି ୨୪ ଘଣ୍ଟା ପାଇଁ ବନ୍ଦଥିଲା ଇଣ୍ଟରନେଟ ସେବା।

ଗତକାଲି ସକାଳ ୬ରୁ ଆଜି ସକାଳ ୬ ପର୍ଯ୍ୟନ୍ତ ବନ୍ଦ ଥିଲା ଇଣ୍ଟରନେଟ ସେବା । ତିହିଡି ଥାନା କଷଟି ଗୁଜିଦାରଡ଼ା ଅଞ୍ଚଳରେ ଏକ ବିବାଦକୁ ନେଇ ଜଣେ ବ୍ୟକ୍ତି ଗୁରୁତର ହୋଇ ଭୁବନେଶ୍ୱରରେ ଚିକିତ୍ସିତ ହେଉଥିଲେ। ତାଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯିବା ସହିତ ପରିବାରର ଜଣେ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

The post ଭଦ୍ରକରେ ଆଉ ୧୨ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ appeared first on .