ଭରତପୁର ଘଟଣାରେ ଉଦ୍‌ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ

ଭୁବନେଶ୍ୱର ୨୩/୦୯: ଭରତପୁର ଥାନା ଘଟଣା ପରିପ୍ରେକ୍ଷୀରେ କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ  ଅନୁରୋଧ କରାଯାଇଛି । ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ (Court Monitored Investigation) କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି। ବୈଠକରେ ଉପମୁଖ୍ୟମନ୍ତ୍ରୀ  କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରମୁଖି ଉପସ୍ଥିତି ଥିଲେ । ସେହିଭଳି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ଆଡଭୋକେଟ ଜେନେରାଲ  ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ  ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ  ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ଭି ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ।

ଭରତପୁର ଘଟଣାରେ ଉଦ୍‌ବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ

ଭୁବନେଶ୍ୱର ୨୩/୦୯: ଭରତପୁର ଥାନା ଘଟଣା ପରିପ୍ରେକ୍ଷୀରେ କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ । 

୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ  ଅନୁରୋଧ କରାଯାଇଛି । ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ (Court Monitored Investigation) କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି। ବୈଠକରେ ଉପମୁଖ୍ୟମନ୍ତ୍ରୀ  କନକ ବର୍ଦ୍ଧନ ସିଂହଦେଓ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ପ୍ରମୁଖି ଉପସ୍ଥିତି ଥିଲେ । 

ସେହିଭଳି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ଆଡଭୋକେଟ ଜେନେରାଲ  ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ  ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ  ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ଭି ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ।