ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ…
ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ଦିନକୁ ଦିନ ନୂଆ ମୋଡ଼ ନେଉଛି। ଦନ ଗଡ଼ିବା ସହ ନୂଆନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏକ ଜାତୀୟ ଗଣମାଧ୍ୟମକୁ ମନ୍ତବ୍ୟ ଦେଇ ଡିସିପି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୋଷାରୋପ କରିଥିଲେ। ଉଭୟ ଥାନାରେ ପହଞ୍ଚି ଉଭୟ ହଙ୍ଗାମା କରିବା, ସହ ଦୁର୍ବ୍ୟବହାର କରିଥିବା ସେ କହିଲେ। ସେ ଆହୁରି କହିଥିଲେ ମହିଳା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ସହ ଅଙ୍କିତା ଗାଳି କରିଥିଲେ। […] The post ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… appeared first on Dharitri Odia News.
ଏହି ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନ। ଏହା ସହିତ କମିସନରେଟ ପୋଲିସର ଅସଲ ମୁଖା ଧୀରେ ଧୀରେ ଖୋଲିବାରେ ଲାଗିଛି। ଘଟଣା ଦିନର କଳା କାହାଣୀକୁ ଗଣମାଧ୍ୟମ କ୍ୟାମେରା ସାମ୍ନାରେ ଲୁହ ଢାଳି କହିଛନ୍ତି ଅଙ୍କିତା। ଏପରିକି ତାଙ୍କୁ କିଭଳି ଆଇଆଇସି ଯୌନ ନିର୍ଯାତନା ଦେଇଥିଲେ, ସେ କଥା ମଧ୍ୟ କହିଛନ୍ତି।
ଅଙ୍କିତାଙ୍କ କହିବା ଅନୁସାରେ ”୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍ଷ୍ଟେବଲ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ।
The post ଭରତପୁର ଥାନା ଘଟଣା: ସାମ୍ନାକୁ ଆସିଲା ବଡ଼ ପ୍ରମାଣ , କ’ଣ ହୋଇଥିଲା ସେ ରାତିରେ… appeared first on Dharitri Odia News.