ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି…
ଭୁବନେଶ୍ୱର,୨୧ା୯: ଭରତପୁର ଥାନାରେ ସେଦିନ ରାତିରେ ଘଟିଥିବା ଘଟଣାର କିଛି ଦୃଶ୍ୟ ଏବେ ଭାଇରାଲ ହେଉଛି। ପୋଲିସ ଓ ମେଜରଙ୍କ ବାନ୍ଧବୀଙ୍କ ମଧ୍ୟରେ ଚାଲିଥିବା କଥା କଟାକଟିର ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଘୂରିବୁଲୁଛି। ମେଜର ଠିଆ ହୋଇ ରିପୋର୍ଟ ଲେଖୁଥିବା ବେଳେ ତାଙ୍କ ବାନ୍ଧବୀ ଥାନା ଭିତରେ ବୁଲିବୁଲି ପୋଲିସ କର୍ମଚାରୀଙ୍କ ସହିତ ଯୁକ୍ତିତର୍କ କରିବା ସହ ଭିଡିଓ କରୁଥିବାର ନଜର ଆସିଛି। ପୋଲିସ ମଧ୍ୟ ଉକ୍ତ ଯୁବତୀଙ୍କ ଭିଡିଓ ରେକର୍ଡିଂ କରିଛି। ମେଜରଙ୍କ […] The post ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି… appeared first on Dharitri Odia News.
ଭୁବନେଶ୍ୱର,୨୧ା୯: ଭରତପୁର ଥାନାରେ ସେଦିନ ରାତିରେ ଘଟିଥିବା ଘଟଣାର କିଛି ଦୃଶ୍ୟ ଏବେ ଭାଇରାଲ ହେଉଛି। ପୋଲିସ ଓ ମେଜରଙ୍କ ବାନ୍ଧବୀଙ୍କ ମଧ୍ୟରେ ଚାଲିଥିବା କଥା କଟାକଟିର ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଘୂରିବୁଲୁଛି। ମେଜର ଠିଆ ହୋଇ ରିପୋର୍ଟ ଲେଖୁଥିବା ବେଳେ ତାଙ୍କ ବାନ୍ଧବୀ ଥାନା ଭିତରେ ବୁଲିବୁଲି ପୋଲିସ କର୍ମଚାରୀଙ୍କ ସହିତ ଯୁକ୍ତିତର୍କ କରିବା ସହ ଭିଡିଓ କରୁଥିବାର ନଜର ଆସିଛି। ପୋଲିସ ମଧ୍ୟ ଉକ୍ତ ଯୁବତୀଙ୍କ ଭିଡିଓ ରେକର୍ଡିଂ କରିଛି।
ମେଜରଙ୍କ ବାନ୍ଧବୀଙ୍କ କହିବା ଅନୁସାରେ, ୧୫ ତାରିଖ ରାତି ୧ଟାରେ ରେଷ୍ଟୁରାଣ୍ଟ ବନ୍ଦ କରି ଗୁରୁବଂଶଙ୍କ ସହ ଫେରୁଥିଲି। ରାସ୍ତାରେ କିଛି ଦୁର୍ବୃତ୍ତ ତାଙ୍କୁ ଅଟକାଇ ହଇରାଣ କରିଥିଲେ। ସେଠାରୁ ବହୁ କଷ୍ଟରେ ମୁକୁଳିବା ପରେ ସେମାନଙ୍କ ନାଁରେ ଏତଲା ଦେବାକୁ ଆମେ ଭରତପୁର ଥାନାରେ ପହଞ୍ଚିଥିଲୁ। ସେତେବେଳେ ଥାନାରେ ନାଇଟି ପିନ୍ଧିଥିବା ଅବସ୍ଥାରେ ଜଣେ ମହିଳା କନ୍ଷ୍ଟେବଳ ବସିଥିଲେ। ଏତଲା ରଖିବା ବଦଳରେ ଅଧିକାରୀ ଜଣକ ସେଠାରେ ଆମକୁ ଗାଳିଗୁଲଜ କରିଥିଲେ। କିଛି ସମୟ ପରେ ଜଣେ ପୁରୁଷ ଅଫିସର ଆସି ଗୁରୁବଂଶଙ୍କୁ ହାଜତରେ ପୂରାଇଦେଲେ। ମୁଁ ପ୍ରତିବାଦ କରିବାରୁ ୨ ଜଣ ମହିଳା ପୋଲିସ ମୋତେ ଘୋଷାଡ଼ି ପିଟିଲେ। ଏତିକିବେଳେ ଜଣେ ମହିଳା କନଷ୍ଟେବଲ ମୋର ଗଳା ଚିପିବାରୁ ବଞ୍ଚିବାକୁ ତାଙ୍କ ହାତ କାମୁଡ଼ି ଦେଇଥିଲି। ଏହାପରେ ସେମାନେ ମୋ ହାତ ଗୋଡ଼ ବାନ୍ଧି ଗୋଟିଏ ରୁମ୍ରେ ପୂରାଇଦେଲେ। ୨ ଜଣ ପୁରୁଷ ପୋଲିସ ତଳେ ପକାଇ ବିଧା ଗୋଇଠା ମାରିଥିଲେ, ଭୋର୍ ସମୟରେ ଆଇଆଇସି ପହଞ୍ଚି, ଶାରୀରିକ ଅତ୍ୟାଚାର କରିଥିଲେ।
The post ଭରତପୁର ଥାନା ଭିତର ଭିଡିଓ ଭାଇରାଲ, ସେଦିନ ରାତିରେ ଘଟିଥିଲା ଏପରି… appeared first on Dharitri Odia News.