ଭରତପୁର ଥାନାରେ ଲାଗିଲା ସିସିଟିଭି

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଭରତପୁର ଥାନା ପୋଲିସ-ମେଜର ବିବାଦ ପରେ ଥାନାରେ ଲାଗିଲା ସିସିଟିଭି । ମଙ୍ଗଳବାର ଭରତପୁର ଥାନାରେ ସିସିଟିଭି ୧୬ଟି ସିସିଟିଭି ଲଗାଯାଇଛି। ୨୫ ସିସିଟିଭି ଲାଗିବାର ବ୍ୟବସ୍ଥା ଥିବାବେଳେ ପ୍ରାରମ୍ଭିକ ଭାବେ ୧୬ଟି ଲଗାଯାଇଛି। ଭରତପୁର ଥାନାରେ ସିସିଟିଭି ନ ଥିବାରୁ ଉଦ୍‌ବେଗ ପ୍ରକାଶ ପାଇଥିଲା। ଗତ ୧୪ ତାରିଖ ଶନିବାର ବିଳମ୍ବିତ ରାତିର ବିବାଦୀୟ ଘଟଣା ପରେ ଥାନାରେ ସିସିଟିଭି କ୍ୟାମେରା ନ ଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଥିଲା। ସେହି […]

ଭରତପୁର ଥାନାରେ ଲାଗିଲା ସିସିଟିଭି
ଭରତପୁର ଥାନାରେ ଲାଗିଲା ସିସିଟିଭି

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଭରତପୁର ଥାନା ପୋଲିସ-ମେଜର ବିବାଦ ପରେ ଥାନାରେ ଲାଗିଲା ସିସିଟିଭି । ମଙ୍ଗଳବାର ଭରତପୁର ଥାନାରେ ସିସିଟିଭି ୧୬ଟି ସିସିଟିଭି ଲଗାଯାଇଛି। ୨୫ ସିସିଟିଭି ଲାଗିବାର ବ୍ୟବସ୍ଥା ଥିବାବେଳେ ପ୍ରାରମ୍ଭିକ ଭାବେ ୧୬ଟି ଲଗାଯାଇଛି।

ଭରତପୁର ଥାନାରେ ସିସିଟିଭି ନ ଥିବାରୁ ଉଦ୍‌ବେଗ ପ୍ରକାଶ ପାଇଥିଲା। ଗତ ୧୪ ତାରିଖ ଶନିବାର ବିଳମ୍ବିତ ରାତିର ବିବାଦୀୟ ଘଟଣା ପରେ ଥାନାରେ ସିସିଟିଭି କ୍ୟାମେରା ନ ଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ କୁହାଯାଇଥିଲା। ସେହି ସମୟରେ ତତ୍କାଳୀନ ଥାନାଧିକାରୀଙ୍କ କାର୍ଯ୍ୟକଳାପକୁ ନେଇ ମଧ୍ୟ ଚର୍ଚ୍ଚା ଲାଗି ରହିଥିଲା । ସବୁ ଥାନାରେ ସିସିଟିଭି ରହିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ବହୁ କୋଟି ଟଙ୍କା ଖର୍ଚ୍ଚ କରାଯାଇ ଭରତପୁର ଥାନାର ନୂଆ କୋଠା ନିର୍ମାଣ କରାଯିବା ସହ ସିସିଟିଭି ଲଗାଯାଇଥିଲା ବୋଲି ସୂଚନା ଦିଆଯାଇଥିଲା।