ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି, ଯଦି ଏହି ଘଟଣା ସହ ଆଉ…

ଭୁବନେଶ୍ୱର,୨୩ା୯: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଉକ୍ତ ବିଜ୍ଞପ୍ତିରେ ଯୁବତୀ, ମେଜର ଏବଂ ପୋଲିସକୁ ଦୁର୍ବ୍ୟବହାର ଏବଂ ମାଡ଼ ଅଭିଯୋଗର ତଦନ୍ତ ନିର୍ଦ୍ଦେଶ ଉଲ୍ଲେଖ ରହିଛି। ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଭରତପୁର ଥାନା, କ୍ରାଇମବ୍ରାଞ୍ଚ ଓ ଚନ୍ଦକା ଥାନା ମାମଲାର ତଦନ୍ତ ହେବ। ସମସ୍ତ ଅଭିଯୋଗକୁ ବିଚାରକୁ ନେଇ […] The post ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି, ଯଦି ଏହି ଘଟଣା ସହ ଆଉ… appeared first on Dharitri Odia News.

ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି, ଯଦି ଏହି ଘଟଣା ସହ ଆଉ…

ଭୁବନେଶ୍ୱର,୨୩ା୯: ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଉକ୍ତ ବିଜ୍ଞପ୍ତିରେ ଯୁବତୀ, ମେଜର ଏବଂ ପୋଲିସକୁ ଦୁର୍ବ୍ୟବହାର ଏବଂ ମାଡ଼ ଅଭିଯୋଗର ତଦନ୍ତ ନିର୍ଦ୍ଦେଶ ଉଲ୍ଲେଖ ରହିଛି। ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଅଧ୍ୟକ୍ଷତାରେ ତଦନ୍ତ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଭରତପୁର ଥାନା, କ୍ରାଇମବ୍ରାଞ୍ଚ ଓ ଚନ୍ଦକା ଥାନା ମାମଲାର ତଦନ୍ତ ହେବ। ସମସ୍ତ ଅଭିଯୋଗକୁ ବିଚାରକୁ ନେଇ ତଦନ୍ତ କରିବାକୁ ସୁପାରିସ ହୋଇଛି।

ବ୍ୟକ୍ତିବିଶେଷ ଓ କର୍ତ୍ତୃପକ୍ଷଙ୍କ ଦାୟିତ୍ୱବୋଧ ତଦନ୍ତ ପରିସରଭୁକ୍ତ ହେବ। ଯଦି ଏହି ଘଟଣା ସହ ଆଉ କିଛି ଜଡ଼ିତ ଥାଏ ତେବେ କମିଶନ ତଦନ୍ତ କରିବେ। ଭବିଷ୍ୟତରେ ଯେପରି ଘଟଣାର ପୁନରାବୃତ୍ତି ନ ହେବ ସେନେଇ ପରାମର୍ଶ ଲୋଡ଼ାଯାଇଛି। ଏଥିସହ ମହିଳାଙ୍କ ନିରାପତ୍ତା ଓ ସୁରକ୍ଷା ନେଇ ମଧ୍ୟ ସମସ୍ତଙ୍କ ସହଯୋଗ ଲୋଡ଼ାଯାଇଛି। କମିଶନଙ୍କ ମୁଖ୍ୟାଳୟ ଭୁବନେଶ୍ବରରେ ରହିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯଦି କମିଶନ ଆବଶ୍ୟକ ମଣିବେ ତେବେ ଅନ୍ୟ ସ୍ଥାନକୁ ଯାଇ ତଦନ୍ତ କରିପାରିବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।

The post ଭରତପୁର ମାମଲାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି, ଯଦି ଏହି ଘଟଣା ସହ ଆଉ… appeared first on Dharitri Odia News.