ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ
ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ନୟାଗଡ଼ ଜିଲାପାଳ ସ୍ବାଧଦେବ ସିଂ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକା ସୁମତି ଅଲଟିଆଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି। ଗତ ୨୧ ତାରିଖରେ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକା ସୁମତି ରାଲିରେ ଯାଇଥିବା ଫଟୋ ଭାଇରାଲ ହୋଇଥିଲା। ଏନେଇ ତାଙ୍କୁ କାରଣଦର୍ଶାଅ ନୋଟିସ୍ ଜାରି ହୋଇଥିଲା। ତେବେ ତାଙ୍କ ଉତ୍ତର […] The post ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ appeared first on Dharitri Odia News.
ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ନୟାଗଡ଼ ଜିଲାପାଳ ସ୍ବାଧଦେବ ସିଂ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକା ସୁମତି ଅଲଟିଆଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି। ଗତ ୨୧ ତାରିଖରେ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକା ସୁମତି ରାଲିରେ ଯାଇଥିବା ଫଟୋ ଭାଇରାଲ ହୋଇଥିଲା। ଏନେଇ ତାଙ୍କୁ କାରଣଦର୍ଶାଅ ନୋଟିସ୍ ଜାରି ହୋଇଥିଲା। ତେବେ ତାଙ୍କ ଉତ୍ତର ସନ୍ତୋଷଜନକ ନ ହେବାରୁ ଜିଲାପାଳ ଏପରି ପଦକ୍ଷେପ ଗ୍ରହଣ କରିଥିବା ସୂଚନା ମିଳିଛି।
The post ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ appeared first on Dharitri Odia News.