ଭାଜପା ସମର୍ଥକଙ୍କ ଆକ୍ରମଣରେ ବିଜେଡି କର୍ମୀ ଗୁରୁତର
ବାସୁଦେବପୁର,୨୦।୫(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ୫ ନମ୍ବର ଓ୍ବାର୍ଡରେ ସୋମବାର ପୂର୍ବାହ୍ନରେ ପୋଷ୍ଟର ଲଗାଇବାକୁ କେନ୍ଦ୍ର କରି ବିବାଦ ଉପୁଜିଛି। ଏହାକୁ ନେଇ ଭାଜପା କର୍ମୀଙ୍କ ଆକ୍ରମଣରେ ବିଜେଡି କର୍ମୀ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ ହେଲେ ସତ୍ୟକାନ୍ତ ନାୟକ। ତାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଭଦ୍ରକ ଡାକ୍ତରଖାନାକୁ ପଠାଯାଇଛି। ତାଙ୍କ ମୁଣ୍ଡର ଏକାଧିକ ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି। ସତ୍ୟକାନ୍ତ ବିଜେଡି ପୋଷ୍ଟର ଲଗାଉଥିବାବେଳେ ଭାଜପା […] The post ଭାଜପା ସମର୍ଥକଙ୍କ ଆକ୍ରମଣରେ ବିଜେଡି କର୍ମୀ ଗୁରୁତର appeared first on Dharitri Odia News.
ବାସୁଦେବପୁର,୨୦।୫(ନାରାୟଣ ପ୍ରସାଦ ବାରିକ୍): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ୫ ନମ୍ବର ଓ୍ବାର୍ଡରେ ସୋମବାର ପୂର୍ବାହ୍ନରେ ପୋଷ୍ଟର ଲଗାଇବାକୁ କେନ୍ଦ୍ର କରି ବିବାଦ ଉପୁଜିଛି। ଏହାକୁ ନେଇ ଭାଜପା କର୍ମୀଙ୍କ ଆକ୍ରମଣରେ ବିଜେଡି କର୍ମୀ ଗୁରୁତର ଆହତ ହୋଇଛନ୍ତି। ଆହତ ଯୁବକ ହେଲେ ସତ୍ୟକାନ୍ତ ନାୟକ। ତାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଭଦ୍ରକ ଡାକ୍ତରଖାନାକୁ ପଠାଯାଇଛି। ତାଙ୍କ ମୁଣ୍ଡର ଏକାଧିକ ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି। ସତ୍ୟକାନ୍ତ ବିଜେଡି ପୋଷ୍ଟର ଲଗାଉଥିବାବେଳେ ଭାଜପା ସମର୍ଥପମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହି ଘଟଣାରେ ପୋଲିସ ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବାବେଳେ ୫ ନମ୍ବର କାଉନସିଲ୍ର(ଭାଜପା)ଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି।
The post ଭାଜପା ସମର୍ଥକଙ୍କ ଆକ୍ରମଣରେ ବିଜେଡି କର୍ମୀ ଗୁରୁତର appeared first on Dharitri Odia News.