ଭାଜପା ସରକାରର ମନ୍ତ୍ରୀଙ୍କୁ ମିଳିିଲା ବ୍ୟକ୍ତିଗତ ସଚିବ
ଭୁବନେଶ୍ୱର,୨ା୭(ଅନିଲଦାସ)-ରାଜ୍ୟର ପ୍ରଥମ ଭାଜପା ସରକାରର ବିଭିନ୍ନ ମନ୍ତ୍ରୀମାନଙ୍କୁ ବ୍ୟକ୍ତିଗତ ସଚିବ (ପିଏସ୍) ଯୋଗାଇ ଦିଆଯାଇଛି । ୫ ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବ୍ୟକ୍ତିଗତ ସଚିବ ଓ ୨ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏସ୍ଡି ଭାବେ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ଅବସ୍ଥାପିତ କରାଯାଇଛି । ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବ୍ୟକ୍ତିଗତ ସଚିବ […] The post ଭାଜପା ସରକାରର ମନ୍ତ୍ରୀଙ୍କୁ ମିଳିିଲା ବ୍ୟକ୍ତିଗତ ସଚିବ appeared first on Dharitri Odia News.
ଭୁବନେଶ୍ୱର,୨ା୭(ଅନିଲଦାସ)-ରାଜ୍ୟର ପ୍ରଥମ ଭାଜପା ସରକାରର ବିଭିନ୍ନ ମନ୍ତ୍ରୀମାନଙ୍କୁ ବ୍ୟକ୍ତିଗତ ସଚିବ (ପିଏସ୍) ଯୋଗାଇ ଦିଆଯାଇଛି । ୫ ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବ୍ୟକ୍ତିଗତ ସଚିବ ଓ ୨ଜଣ ମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏସ୍ଡି ଭାବେ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ଅବସ୍ଥାପିତ କରାଯାଇଛି । ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ କରାଯାଇଛି।
ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ବରିଷ୍ଠ ଓଏଏସ୍ ଅଫିସର ପ୍ରଦୀପ କୁମାର ସାହୁଙ୍କୁ ନିଯୁକ୍ତି ମିଳିଛି । ସେହିପରି ଓଏଏସ୍ ଅଫିସର ବିଶ୍ୱରଞ୍ଜନ ରଥଙ୍କୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି । ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏସ୍ଡି(ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି) ଭାବେ ଓଏଏସ୍ ଅଫିସର ମନୋଜ କୁମାର ବେହେରାଙ୍କୁ ନିଯୁକ୍ତି ଦିଆଯାଇଛି।
ସେହିପରି ଭୁବନେଶ୍ୱର ଉପ ଜିଲାପାଳ ମହେନ୍ଦ୍ର ପଣ୍ଡାଙ୍କୁ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନାଙ୍କ ପ୍ରାଇଭେଟ ସେକ୍ରେଟାରି ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ସ୍କୁଲ ଓ ଗଣଶିକ୍ଷା, ଏସ୍ଟି, ଏସ୍ସି ଉନ୍ନୟନ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ପିଏସ୍ ଭାବେ ତ୍ରିନାଥ ମାଝିଙ୍କୁ ନିଯୁକ୍ତି ଦିଆଯାଇଛି। ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବ୍ୟକ୍ତିଗତ ସଚିବ ଭାବେ ଓଏଏସ୍ ଅଫିସର ସମ୍ବିତ କୁମାର ଗଡ଼ନାୟକଙ୍କୁ ନିଯୁକ୍ତି ମିଳିଛି। ସେହିପରି ମତ୍ସ୍ୟ ଓ ପଶୁସମ୍ପଦ, ଏମ୍ଏସ୍ଏମ୍ଇ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଓଏସ୍ଡି ଭାବେ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କୁ ନିଯୁକ୍ତି ଦିଆଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ଓଏସ୍ଡି ଭାବେ ସମ୍ପଦ କୁମାର ଦଳାଇଙ୍କୁ ନିଯୁକ୍ତି ଦିଆଯାଇଛି।
The post ଭାଜପା ସରକାରର ମନ୍ତ୍ରୀଙ୍କୁ ମିଳିିଲା ବ୍ୟକ୍ତିଗତ ସଚିବ appeared first on Dharitri Odia News.