ଭାଜପା ସରକାରରେ ମହିଳା ଅସୁରକ୍ଷିତ:ନବୀନ
ଭୁବନେଶ୍ୱର,୨୮ା୯(ଅନୀଲ ଦାସ):ଦରଦାମ୍ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶାରେ ଭାଜପା ସରକାର ବିଫଳ ହୋଇଛି। ସରକାରର ବିଫଳତା ଆଜି ସବୁଆଡ଼େ ନିରାଶା ସୃଷ୍ଟି କରିଛି। ମହିଳାମାନେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ଏପରି କି ସରକାରୀ କର୍ମଚାରୀମାନେ ମଧ୍ୟ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ପୁରୀ ରାଜଭବନରୁ ଆରମ୍ଭ କରି ଭରତପୁର ଥାନା ପର୍ଯ୍ୟନ୍ତ ଏ ସବୁ ଘଟଣା ସରକାରଙ୍କ ବିଫଳତାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି ବୋଲି ବିଜୁ […] The post ଭାଜପା ସରକାରରେ ମହିଳା ଅସୁରକ୍ଷିତ:ନବୀନ appeared first on Dharitri Odia News.
ଭୁବନେଶ୍ୱର,୨୮ା୯(ଅନୀଲ ଦାସ):ଦରଦାମ୍ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡ଼ିଶାରେ ଭାଜପା ସରକାର ବିଫଳ ହୋଇଛି। ସରକାରର ବିଫଳତା ଆଜି ସବୁଆଡ଼େ ନିରାଶା ସୃଷ୍ଟି କରିଛି। ମହିଳାମାନେ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ଏପରି କି ସରକାରୀ କର୍ମଚାରୀମାନେ ମଧ୍ୟ ନିଜକୁ ସୁରକ୍ଷିତ ମନେ କରୁନାହାନ୍ତି। ପୁରୀ ରାଜଭବନରୁ ଆରମ୍ଭ କରି ଭରତପୁର ଥାନା ପର୍ଯ୍ୟନ୍ତ ଏ ସବୁ ଘଟଣା ସରକାରଙ୍କ ବିଫଳତାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି ବୋଲି ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ କହିଛନ୍ତି।
ଶୁକ୍ରବାର ଶଙ୍ଖ ଭବନରେ ଜନସମ୍ପର୍କ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ସଂକ୍ରାନ୍ତ ପ୍ରସ୍ତୁତି ବୈଠକରେ ଉଦ୍ବୋଧନ ଦେଇ ନବୀନ କହିଛନ୍ତି, ମିଛ କାହାଣୀ କହି ଭାଜପା ନିର୍ବାଚନରେ ଜିତିଛି। ମିଛ କହି ନିର୍ବାଚନ ଜିତା ଯାଇପାରେ, କିନ୍ତୁ ଲୋକଙ୍କ ହୃଦୟ ନୁହେଁ। ତେବେ ଜନ ସମ୍ପର୍କ ପଦଯାତ୍ରା ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି, ପ୍ରତିବର୍ଷ ପରି ବିଜେଡିର ଜନ ସମ୍ପର୍କ ପଦଯାତ୍ରା ଗାନ୍ଧୀ ଜୟନ୍ତୀରୁ ଆରମ୍ଭ ହେବ। ଅକ୍ଟୋବର ୬ରେ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଶେଷ ହେବ। ପୂଜା ପରେ ଅକ୍ଟୋବର ୨୧ରୁ ୩୦ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ପଦଯାତ୍ରା ଜାରି ରହିବ। ସେହିପରି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅକ୍ଟୋବର ୯ରୁ ଡିସେମ୍ବର ୯ ତାରିଖ ୨ ମାସ ପର୍ଯ୍ୟନ୍ତ ସଭ୍ୟ ସଂଗ୍ରହ ଅଭିଯାନ ଜାରି ରହିବ ବୋଲି ସେ ଘୋଷଣା କରିଛନ୍ତି। ସୋସିଆଲ ମିଡିଆକୁ ଅଧିକ ସକ୍ରିୟ କରିବା ସହିତ ପଦଯାତ୍ରା ଓ ସଭ୍ୟ ସଂଗ୍ରହ ଅଭିଯାନର ବିପୁଳ ସଫଳତା ଦିଗରେ କାର୍ଯ୍ୟ କରିବା ପାଇଁ ନବୀନ ଦଳୀୟ ନେତୃବୃନ୍ଦ ଓ ପଦାଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ବିଜେଡି ସମନ୍ବୟ କମିଟିର ମୁଖ୍ୟ ଦେବୀ ପ୍ରସାଦ ମିଶ୍ର ସ୍ବାଗତ ଭାଷଣ ଦେଇଥିଲେ। ପ୍ରସନ୍ନ ଆଚାର୍ଯ୍ୟ, ସଞ୍ଜୟ ଦାସବର୍ମା, ଅତନୁ ସବ୍ୟସାଚୀ ନାୟକ, ଅରୁଣ ସାହୁ, ଗଣେଶ୍ୱର ବେହେରା, ଚନ୍ଦ୍ରଶେଖର ସାହୁ, ସୁଦାମ ମାର୍ଣ୍ଡି, ବିକ୍ରମ ଆରୁଖ, ଅଶୋକ ପଣ୍ଡା, ବଦ୍ରୀ ପାତ୍ର, ଦେବୀରଞ୍ଜନ ମିଶ୍ର, ଦୀପାଳି ଦାସ ଓ ଦିବ୍ୟଶଙ୍କର ମିଶ୍ର ପ୍ରମୁଖ ଆଗାମୀ ଦିନରେ ସଙ୍ଗଠନକୁ ଆହୁରି ମଜଭୁତ କରିବା ପାଇଁ ସୁଚିନ୍ତିତ ପରାମର୍ଶ ଦେଇଛନ୍ତି।
The post ଭାଜପା ସରକାରରେ ମହିଳା ଅସୁରକ୍ଷିତ:ନବୀନ appeared first on Dharitri Odia News.