ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର
ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଘୋଷଣା କରିଛନ୍ତି। ସେ କହିଛନ୍ତି, ହଜିଥିବା ରତ୍ନଭଣ୍ଡାର ଚାବିର ତଦନ୍ତ ହେବ ଏବଂ ରତ୍ନଭଣ୍ଡାର ଖୋଲାଯିବ।ରତ୍ନ ଗଣତି, ମଣତି କରାଯାଇ ତଥ୍ୟ ସାର୍ବଜନୀନ ହେବ। କ୍ଷତିଗ୍ରସ୍ତ ହୋଇଥିବା ମଠ ଗୁଡ଼ିକର ପୁନରୁଦ୍ଧାର କରାଯିବ। କେବଳ ଏତିକି ନୁହେଁ, ଭକ୍ତମାନଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲି ଦିଆଯିବ। […] The post ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର appeared first on Dharitri Odia News.
ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରରେ ଏକ ବଡ଼ ପ୍ରତିଶ୍ରୁତି ଦିଆଯାଇଛି। ଭାଜପା ସରକାରକୁ ଆସିଲେ ରତ୍ନ ଭଣ୍ଡାର ଖୋଲାଯିବ ବୋଲି ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଘୋଷଣା କରିଛନ୍ତି। ସେ କହିଛନ୍ତି, ହଜିଥିବା ରତ୍ନଭଣ୍ଡାର ଚାବିର ତଦନ୍ତ ହେବ ଏବଂ ରତ୍ନଭଣ୍ଡାର ଖୋଲାଯିବ।ରତ୍ନ ଗଣତି, ମଣତି କରାଯାଇ ତଥ୍ୟ ସାର୍ବଜନୀନ ହେବ। କ୍ଷତିଗ୍ରସ୍ତ ହୋଇଥିବା ମଠ ଗୁଡ଼ିକର ପୁନରୁଦ୍ଧାର କରାଯିବ। କେବଳ ଏତିକି ନୁହେଁ, ଭକ୍ତମାନଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲି ଦିଆଯିବ। ଶ୍ରୀମନ୍ଦିର ପ୍ରଶାସନରେ ଚାଲିଥିବା ଅବ୍ୟବସ୍ଥା ଦୂର କରାଯିବ। ଶ୍ରୀମନ୍ଦିର ପ୍ରଶାସନକୁ ସଂପୂର୍ଣ୍ଣ ସ୍ବଚ୍ଛତାର ସହ ପରିଚାଳନା କରାଯିବ।
ଏହାସହ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ଉନ୍ମୋଚନ ଅବସରରେ ଜେପି ନଡ୍ଡା ବିଜେଡି ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ବିକାଶ ବ୍ୟବସ୍ଥା ସଂପୂର୍ଣ୍ଣ ଭୁଶୁଡି ପଡିଛି। ମହିଳା ନିର୍ଯାତନାରେ ଓଡ଼ିଶା ଦେଶରେ ନମ୍ବର-୧ ହୋଇଛି। ଲୋକେ ଦାଦନ ଖଟିବାକୁ ବାହାର ରାଜ୍ୟକୁ ପଳାଉଛନ୍ତି, ଏଠାକାର ସରକାରଙ୍କୁ ସେ ବିଷୟରେ ଚିନ୍ତା ନାହିଁ। ଚାଷୀଙ୍କୁ ସେମାନଙ୍କ ଫସଲର ଉପଯୁକ୍ତ ମୂଲ୍ୟ ମିଳୁନାହିଁ। ବଳାତ୍କାର, ହତ୍ୟାରେ ବିଜେଡି ଦଳର ନେତା ସଂପୃକ୍ତ ଅଛନ୍ତି। ବିଜେଡିର ୪୫ରୁ ଅଧିକ ବିଧାୟକ ବିଭିନ୍ନ ଅପରାଧରେ ସଂପୃକ୍ତ ଅଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ଏଠାରେ ଆୟୁଷ୍ମାନ ଭାରତ ଲାଗୁ ହେଉନି। ସ୍ବାସ୍ଥ୍ୟ ବ୍ୟବସ୍ଥା, ହସ୍ପିଟାଲ କୋମାକୁ ଚାଲିଯାଇଛି। ଆଜି ଓଡ଼ିଶା କେବଳ ଜଗନ୍ନାଥଙ୍କ କୃପାରୁ ଚାଲିଛି।
ସରକାରକୁ ଆସିବାକୁ ଆମେ ନିର୍ବାଚନ ଲଢୁଛୁ। ବିରୋଧୀ ଦଳରେ ବସିବାକୁ ଆମେ ନିର୍ବାଚନ ଲଢୁନୁ ବୋଲି ନଡ୍ଡା ସ୍ପଷ୍ଟ କରିଛନ୍ତି।
ରାଜ୍ୟ ଭାଜପାର ଇସ୍ତାହାରରେ ବିଶେଷ କରି ୪ଟି ବର୍ଗକୁ ଫୋକସ କରାଯାଇଛି। ଏଥିରେ ଯୁବ, ମହିଳା ଓ କୃଷକଙ୍କୁ ଅଧିକ ଗୁରୁତ୍ୱ ଦିଆଯାଇଥିବା ସୂଚନା ମିଳୁଛି। ଏହି ଅବସରରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପୂର୍ବତନ ସଭାପତି ସମୀର ମହାନ୍ତି, ଭୁବନେଶ୍ୱର ଏମ୍ପି ଅପରାଜିତା ଷଡଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ।
ଏହାପରେ ନଡ୍ଡା ଦଳର ବରିଷ୍ଠ ନେତାମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ସାରେ କଟକଠାରେ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି।
The post ଭାଜପାର ବଡ଼ ଘୋଷଣା: ସରକାରକୁ ଆସିଲେ ଖୋଲାଯିବ ରତ୍ନ ଭଣ୍ଡାର appeared first on Dharitri Odia News.