ଭାଜପାରେ ବଡ଼ ହଲଚଲ, ଦିଲ୍ଲୀ ଗଲେ ମନମୋହନ ସାମଲ

ଭୁବନେଶ୍ୱର,୧୧।୯: ସୁଜିତ କୁମାର ରାଜ୍ୟ ସଭାରୁ ଇସ୍ତଫା ଦେବା ପରେ ଭାଜପାରେ ସାମିଲ୍‌ ହୋଇଛନ୍ତି। ଏବେ ସବୁଠି ଗୋଟିଏ ଚର୍ଚ୍ଚା ଭାଜପା ସୁଜିତଙ୍କୁ ପୁଣିଥରେ ରାଜ୍ୟ ସଭା ପଠାଇବ କି? ତେବେ ଏନେଇ ଭାଜପା ସଭାପତି ମନମୋହନ ସାମଲ ବୁଧବାର ଦିଲ୍ଲୀ ଗସ୍ତ କରିଛନ୍ତି। ମନମୋହନଙ୍କ ସହିତ ଭାଜପାର କୋର ଟିମ୍‌ ମଧ୍ୟ ଅଛନ୍ତି। ତେବେ ଭାଜପା ସୁଜିତଙ୍କୁ ପୁଣି ରାଜ୍ୟ ସଭା ପଠାଇବ କି ନାହିଁ ତାହା BJPର କେନ୍ଦ୍ରୀୟ ନେତା ନିଷ୍ପତ୍ତି ନେବେ। ଏହି […] The post ଭାଜପାରେ ବଡ଼ ହଲଚଲ, ଦିଲ୍ଲୀ ଗଲେ ମନମୋହନ ସାମଲ appeared first on Dharitri Odia News.

ଭାଜପାରେ ବଡ଼ ହଲଚଲ, ଦିଲ୍ଲୀ ଗଲେ ମନମୋହନ ସାମଲ

ଭୁବନେଶ୍ୱର,୧୧।୯: ସୁଜିତ କୁମାର ରାଜ୍ୟ ସଭାରୁ ଇସ୍ତଫା ଦେବା ପରେ ଭାଜପାରେ ସାମିଲ୍‌ ହୋଇଛନ୍ତି। ଏବେ ସବୁଠି ଗୋଟିଏ ଚର୍ଚ୍ଚା ଭାଜପା ସୁଜିତଙ୍କୁ ପୁଣିଥରେ ରାଜ୍ୟ ସଭା ପଠାଇବ କି? ତେବେ ଏନେଇ ଭାଜପା ସଭାପତି ମନମୋହନ ସାମଲ ବୁଧବାର ଦିଲ୍ଲୀ ଗସ୍ତ କରିଛନ୍ତି। ମନମୋହନଙ୍କ ସହିତ ଭାଜପାର କୋର ଟିମ୍‌ ମଧ୍ୟ ଅଛନ୍ତି।

ତେବେ ଭାଜପା ସୁଜିତଙ୍କୁ ପୁଣି ରାଜ୍ୟ ସଭା ପଠାଇବ କି ନାହିଁ ତାହା BJPର କେନ୍ଦ୍ରୀୟ ନେତା ନିଷ୍ପତ୍ତି ନେବେ। ଏହି ଆଲୋଚନା ପାଇଁ ଭାଜପା ସଭାପତି ଦିଲ୍ଲୀ ଗସ୍ତ କରୁଥିବା ଜଣାପଡିଛି। ଏଥିସହ ରାଜ୍ୟ ଭାଜପା ସଙ୍ଗଠନକୁ ନେଇ ମଧ୍ୟ ଆଲୋଚନା ହେବ ବୋଲି ଜଣାପଡିଛି।

ସୂଚନାଥାଉ କି, ରାଜ୍ୟ ସଭା ଏମପି ପଦରୁ ପୂର୍ବତନ ବିଜେଡି ନେତା ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରୁ କିଏ ରାଜ୍ୟ ସଭା ଯିବ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। କିଛିଦିନ ପୂର୍ବରୁ ଏନେଇ ବଡ ମନ୍ତବ୍ୟ ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ସୋମବାର ଗଣାମଧ୍ୟରେ ସେ କହିଥିଲେ, ଦଳର ସର୍ବୋଚ୍ଚ ନେତା ତଥା ପାର୍ଲିଆମେଣ୍ଟ କମିଟି ଶେଷ ନିଷ୍ପତ୍ତି ନେବେ। ବିଜେଡିକୁ ରାଜ୍ୟବାସୀ ଲମ୍ବା ସମୟ ଧରି ଆଶୀର୍ବାଦ କରିଥିଲେ। କିନ୍ତୁ ଗତ ନିର୍ବାଚନରେ ଲୋକେ ତାଙ୍କ ନିକଟରୁ ମୁହଁ ଫେରାଇ ନେଇଛନ୍ତି। ତେବେ ବିଧାୟକ ସଂଖ୍ୟା ଦେଖିଲେ ଭାଜପାର ପ୍ରାର୍ଥୀ ରାଜ୍ୟ ସଭା ଯିବା ନିଶ୍ଚିତ।

ଗତ ସାଧାରଣ ନିର୍ବାଚନରେ ବିଜୁ ଜନତା ଦଳକୁ କୌଣସି ଲୋକ ସଭା ଆସନ ମିଳି ନ ଥିଲା ବେଳେ ଏବେ ରାଜ୍ୟ ସଭାରେ ଦଳର ଶକ୍ତି ହ୍ରାସ ପାଇଁ ଚାଲିଛି। ପ୍ରଥମେ ମୟୁରଭଞ୍ଜର ଟାଣୁଆ ମହିଳା ନେତ୍ରୀ ମମତା ମହନ୍ତ ରାଜ୍ୟ ସଭା ସହିତ ଦଳରୁ ଇସ୍ତଫା ଦେଇ ଭଜାପରେ ମିଶିଥିଲେ। ଏହାରି ମଧ୍ୟରେ ସେ ପୁନର୍ବାର ଭାଜପାରୁ ରାଜ୍ୟ ସଭାକୁ ଯାଇ ସାରିଥିବା ବେଳେ ତାଙ୍କ ପଛେ ପଛେ ସୁଜିତ କୁମାର ରାଜ୍ୟ ସଭା ସହିତ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ଭଜାପରେ ଯୋଗ ଦେଇଛନ୍ତି।

ତେବେ ମମତାଙ୍କ ଭଳି ଭାଜପା ସୁଜିତଙ୍କୁ ମଧ୍ୟ ପୁନର୍ବାର ରାଜ୍ୟ ସଭା ପଠାଇପାରେ। କାରଣ ସୁଜିତଙ୍କର କାର୍ଯ୍ୟକାଳ ଖୁବ କମ ସମୟ ଆଉ ବାକିଥିଲା। ତେଣୁ ଭାଜପା ସ୍ବଳ୍ପ ସମୟ ପାଇଁ ଦଳର ଅନ୍ୟ କୌଣସି ନେତାଙ୍କୁ ନ ପଠାଇପାରେ। ଏହା ବ୍ୟତୀତ ସୁଜିତଙ୍କୁ ପୁନର୍ବାର ରାଜ୍ୟ ସଭା ପଠାଇ ବିଜେଡିର ଅନ୍ୟ ନେତାମାନଙ୍କୁ ମଧ୍ୟ ଜଣାଇଦେବାକୁ ଚାହିଁବା କି ଦଳରେ ଯୋଗ ଦେଉଥିବା ନେତାମାନଙ୍କୁ ଭାଜପାରେ ଅଗ୍ରାଧିକାର ଦିଆଯାଏ।

The post ଭାଜପାରେ ବଡ଼ ହଲଚଲ, ଦିଲ୍ଲୀ ଗଲେ ମନମୋହନ ସାମଲ appeared first on Dharitri Odia News.