ଭାଜପାରେ ମିଶିବାକୁ ବହୁ ବିଜେଡି ନେତାଙ୍କ ଆବେଦନ ଆସୁଛି, ତାଙ୍କ ଦଳ ଶୂନ୍ୟ ହୋଇଯିବ’-ମନମୋହନ
ଭୁବନେଶ୍ୱର,୨।୧୦: ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ ବୋଲି କହିଛନ୍ତି ରାଜ୍ୟ ଭାଜପା ମୁଖ୍ୟ ମନମୋହନ ସାମଲ। ସେ କହିଛନ୍ତି ଯେ, ‘ବିଜେଡିର ଅନେକ ନେତା ଭଜାପରେ ମିଶିବା ଲାଗି ଆବେଦନ କରିଛନ୍ତି। ଏପରି ଜାରି ରହିଲେ ତାଙ୍କ ଦଳ ଶୂନ୍ୟ ହୋଇଯିବ। ନବୀନଙ୍କ ନିର୍ବାଚନ ମଣ୍ଡଳୀରୁ ପଞ୍ଚାୟତ ପ୍ରତିନିଧି ଆସି ଭଜାପରେ ମିଶିଲେ, ୨ […] The post ଭାଜପାରେ ମିଶିବାକୁ ବହୁ ବିଜେଡି ନେତାଙ୍କ ଆବେଦନ ଆସୁଛି, ତାଙ୍କ ଦଳ ଶୂନ୍ୟ ହୋଇଯିବ’-ମନମୋହନ appeared first on Dharitri Odia News.
ଭୁବନେଶ୍ୱର,୨।୧୦: ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ ବୋଲି କହିଛନ୍ତି ରାଜ୍ୟ ଭାଜପା ମୁଖ୍ୟ ମନମୋହନ ସାମଲ।
ସେ କହିଛନ୍ତି ଯେ, ‘ବିଜେଡିର ଅନେକ ନେତା ଭଜାପରେ ମିଶିବା ଲାଗି ଆବେଦନ କରିଛନ୍ତି। ଏପରି ଜାରି ରହିଲେ ତାଙ୍କ ଦଳ ଶୂନ୍ୟ ହୋଇଯିବ। ନବୀନଙ୍କ ନିର୍ବାଚନ ମଣ୍ଡଳୀରୁ ପଞ୍ଚାୟତ ପ୍ରତିନିଧି ଆସି ଭଜାପରେ ମିଶିଲେ, ୨ ରାଜ୍ୟସଭା ସାଂସଦ ମଧ୍ୟ ମିଶିଲେଣି। ଆଗକୁ ଆହୁରି ଅନେକ ନେତା ମିଶିବେ। ସେମାନେ ନିଜ ଇଚ୍ଛାରେ ଭଜାପରେ ମିଶିବାକୁ ନିବେଦନ କରୁଛନ୍ତି। ତେବେ ଯଦି ଏପରି ଧାରା ଲାଗି ରହେ ବିଜେଡି ଶେଷ ହୋଇଯିବ”।
ନିକଟରେ ରାଜ୍ୟସଭା ଏମପି ମମତା ମହାନ୍ତ, ସୁଜିତ କୁମାର ରାଜ୍ୟସଭାରୁ ଇସ୍ତଫା ଦେବା ସହ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ମମତା ଭାଜପା ପକ୍ଷରୁ ପୁନର୍ବାର ରାଜ୍ୟସଭା ଯାଇ ସାରିଥିବା ବେଳେ ଆଗକୁ ସୁଜିତଙ୍କୁ ମଧ୍ୟ ପାର୍ଟି ସମାନ ଉପହାର ଦେଇପାରେ।
ଦୀର୍ଘ ୨୫ ବର୍ଷ ଶାସନରେ ରହିବା ପରେ ବିଜୁ ଜନତା ଦଳ(ବିଜେଡି) ପ୍ରଥମ ଥର ପାଇଁ କ୍ଷମତାଚ୍ୟୁତ ହୋଇଛି। ନିର୍ବାଚନ ସମୟରେ ଅନେକ ନେତା ଟିକେଟ ନ ପାଇ ଦଳଛାଡି ଭଜାପରେ ମିଶିଥିଲେ। ଏଥିରେ ସମୀର ଦଶଙ୍କ ପରି ବହୁ ବରିଷ୍ଠ ନେତା ଥିଲେ। ତେବେ ନିର୍ବାଚନରେ ପରାଜୟ ପରେ ଦଳ ଭିତରେ ଅନ୍ତଃକନ୍ଦଳ ବଢୁଥିବା ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ଭାଜପା ମୁଖ୍ୟ ମନମୋହନଙ୍କ ଏପରି ବୟାନ ରାଜ୍ୟ ରାଜନୀତିରେ ନୂଆ ଚର୍ଚ୍ଚା ସୃଷ୍ଟି କରିପାରେ।
The post ଭାଜପାରେ ମିଶିବାକୁ ବହୁ ବିଜେଡି ନେତାଙ୍କ ଆବେଦନ ଆସୁଛି, ତାଙ୍କ ଦଳ ଶୂନ୍ୟ ହୋଇଯିବ’-ମନମୋହନ appeared first on Dharitri Odia News.