ଭାଜପାରେ ମିଶିଲେ ସମୀର
ଭୁବନେଶ୍ୱର,୧୯ା୫: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଥିଲେ। ଟିକେଟ୍ କଟିଥିବାରୁ ସେ ବିମୁଖ ହୋଇ ବିଜେଡି ଛାଡ଼ିଥିଲେ। ବିଜେଡି ଛାଡ଼ିବା ପରେ ସମୀର ସମର୍ଥକଙ୍କ ସହ ଆସି ଭାଜପା କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି। […] The post ଭାଜପାରେ ମିଶିଲେ ସମୀର appeared first on Dharitri Odia News.
ଭୁବନେଶ୍ୱର,୧୯ା୫: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ସେ ତାଙ୍କର ଇସ୍ତଫାପତ୍ର ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇ ଦେଇଥିଲେ। ଟିକେଟ୍ କଟିଥିବାରୁ ସେ ବିମୁଖ ହୋଇ ବିଜେଡି ଛାଡ଼ିଥିଲେ।
ବିଜେଡି ଛାଡ଼ିବା ପରେ ସମୀର ସମର୍ଥକଙ୍କ ସହ ଆସି ଭାଜପା କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଦଳରେ ସାମିଲ ହୋଇଛନ୍ତି। ବିଜୟପାଲ ସିଂ ତୋମାର, ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସମୀର ଭାଜପାରେ ଯୋଗ ଦେଇଛନ୍ତି। ଭାଜପାରେ ମିଶିବା ପରେ ସମୀର କହିଛନ୍ତି, ମୋ ଉପରେ ବିଜେଡି ନେତାଙ୍କ ଭରସା ରହିଲାନି। ନେତୃତ୍ୱଙ୍କ ଭରସା ନ ରହିଲେ ଦଳରେ କାର୍ଯ୍ୟ କରିବା ସମ୍ଭବ ନୁହେଁ। ମୋଦିଙ୍କ ନେତୃତ୍ୱରେ ଅନୁପ୍ରାଣିତ ହୋଇ ମୁଁ ଭାଜପାରେ ମିଶିଛି। ମୋଦି ଆତ୍ମବିଶ୍ୱାସ ଓ ଭରସାର ବାତାବରଣ ସୃଷ୍ଟି କରିଛନ୍ତି। ମୋଦି କେବଳ କୁହନ୍ତିନି, କାର୍ଯ୍ୟରେ କରି ଦେଖାନ୍ତି। ମୋତେ ଦଳ ଯେଉଁ ଦାୟିତ୍ୱ ଦେବ ନିଷ୍ଠାର ସହ ତୁଲାଇବି। ନିର୍ବାଚନ ବେଳେ ଓ ନିର୍ବାଚନ ପରେ ଯେଉଁ ଦାୟିତ୍ୱ ମିଳିବ ତୁଲାଇବି। ନିମାପଡ଼ାରୁ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀ ପ୍ରଭାତୀ ପରିଡ଼ା ଲକ୍ଷାଧିକ ଭୋଟ୍ରେ ନିଶ୍ଚିତ ବିଜୟ ଲାଭ କରିବେ।
ସୂଚନାଯୋଗ୍ୟ, ୨୦୦୯, ୨୦୧୪, ୨୦୧୯ରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ସମୀର। ଦୀର୍ଘବର୍ଷ ଧରି ଗଣଶିକ୍ଷା ବିଭାଗର ମନ୍ତ୍ରୀ ଭାବରେ ଦାୟିତ୍ୱ ନିର୍ବାହ କରିଛନ୍ତି । କିନ୍ତୁ ଚଳିତ ନିର୍ବାଚନରେ ଦଳ ତାଙ୍କୁ ଟିକେଟ୍ ଦେଇ ନ ଥିଲା। ଏଥର ସମୀରଙ୍କ ସ୍ଥାନରେ ଦିଲ୍ଲୀପ ନାୟକଙ୍କୁ ପ୍ରାର୍ଥୀ କରିଥିଲା ବିଜେଡି । ତାଙ୍କୁ ମନାଇବା ପାଇଁ କିଛି ଦିନ ପୂର୍ବରୁ ତାଙ୍କୁ ଢେଙ୍କାନାଳ ପର୍ଯ୍ୟବେକ୍ଷକ ଦାୟିତ୍ୱ ମଧ୍ୟ ଦେଇଥିଲା ଦଳ। ହେଲେ ଏଥିରେ ସମୀର ସନ୍ତୁଷ୍ଟ ହୋଇ ନ ଥିଲେ।
The post ଭାଜପାରେ ମିଶିଲେ ସମୀର appeared first on Dharitri Odia News.