ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର
ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ଭାଜପା ସଭାପତି ମନମୋହନ ସାମଲ, ବିଜୟପାଲ ସିଂ ତୋମର ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ସିଦ୍ଧାନ୍ତ ମହାପାତ୍ର ଦୁଇଥର ବିଜେଡି ଟିକେଟ୍ରେ ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ୨୦୦୯ ଓ ୨୦୧୪ରେ ସେ ବ୍ରହ୍ମପୁର ଲୋକ […] The post ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର appeared first on Dharitri Odia News.
ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ଭାଜପା ସଭାପତି ମନମୋହନ ସାମଲ, ବିଜୟପାଲ ସିଂ ତୋମର ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ, ସିଦ୍ଧାନ୍ତ ମହାପାତ୍ର ଦୁଇଥର ବିଜେଡି ଟିକେଟ୍ରେ ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି। ୨୦୦୯ ଓ ୨୦୧୪ରେ ସେ ବ୍ରହ୍ମପୁର ଲୋକ ସଭା ଆସନରୁ ନିର୍ବାଚିତ ହୋଇଥିଲେ। ୨୦୧୯ରେ ଦଳ ତାଙ୍କୁ ଆଉ ଟିକେଟ ଦେଇ ନ ଥିଲା। ତାଙ୍କ ବଦଳରେ ଚନ୍ଦ୍ରଶେଖର ସାହୁଙ୍କୁ ଦଳ ଟିକେଟ୍ ଦେଇଥିଲା।
The post ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର appeared first on Dharitri Odia News.