ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଓ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପରେ ଆସ୍ଥା ପ୍ରକଟ କରି ଭାଜପାରେ ସାମିଲ ହୋଇଥିବା ସେମାନେ ପ୍ରକାଶ କରିଥିଲେ। ଭାଜପା ଜିଲା ଉପସଭାପତି କମଳାକାନ୍ତ ସୂତାର ଓ ଏନ୍‌ଏସି କୃଷକ ମୋର୍ଚ୍ଚା […] The post ଭାଜପାରେ ମିଶିଲେ ୩୦ ପରିବାର appeared first on Dharitri Odia News.

ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି ବିଧିବଦ୍ଧ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଓ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପରେ ଆସ୍ଥା ପ୍ରକଟ କରି ଭାଜପାରେ ସାମିଲ ହୋଇଥିବା ସେମାନେ ପ୍ରକାଶ କରିଥିଲେ। ଭାଜପା ଜିଲା ଉପସଭାପତି କମଳାକାନ୍ତ ସୂତାର ଓ ଏନ୍‌ଏସି କୃଷକ ମୋର୍ଚ୍ଚା ସଭାପତି ସନ୍ତୋଷ ବାରିକ ନୂତନ କର୍ମୀମାନଙ୍କୁ ଦଳୀୟ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ମିଶ୍ରଣ ପର୍ବରେ କୃଷକ ନେତା ସନ୍ତୋଷ ବାରିକ ଭାଜପାର ବିଧାନସଭା ଓ ଲୋକ ସଭା ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ରଣନୀତି ସମ୍ପର୍କରେ କହିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ନେତା ପୂର୍ଣ୍ଣଚନ୍ଦ୍ର ପାଣି, କର୍ଣ୍ଣ ବାରିକ, କିଶୋର ଦ୍ୱିବେଦୀ, ଚଗୁଲୁ ମହାଳିକ, ଯୁବନେତା ଦିଲୀପ ରାଉତ ପ୍ରମୁଖ ମିଶ୍ରଣ ପର୍ବରେ ଯୋଗ ଦେଇଥିଲେ।

The post ଭାଜପାରେ ମିଶିଲେ ୩୦ ପରିବାର appeared first on Dharitri Odia News.