ଭାରତ ପାଖରେ ବଡ଼ ସୁଯୋଗ
ସେଣ୍ଟ ଲୁସିଆ, ୨୫।୬: ଭାରତ ଚଳିତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି। ସୋମବାର ଅନୁଷ୍ଠିତ ସୁପର-୮ ମ୍ୟାଚରେ ଅଷ୍ଟ୍ରେଲିଆକୁ ୨୪ ରନରେ ହରାଇ ଅପରାଜେୟ ରହିଛି ଟିମ୍ ଇଣ୍ଡିଆ। ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ସହାୟତାରେ ଭାରତ ୨୦ ଓଭରରେ ୫ ଉଇକେଟ ହରାଇ ୨୦୫ ରନ କରିଥିବାବେଳେ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ ୧୮୧ ରନ କରିବାକୁ ସକ୍ଷମ ହୋଇଥିଲା। ୨୦୦୭ରେ ଉଦ୍ଘାଟନୀ ସଂସ୍କରଣରେ ଚାମ୍ପିୟନ ଭାରତ ୨୦୧୪ରେ […] The post ଭାରତ ପାଖରେ ବଡ଼ ସୁଯୋଗ appeared first on Dharitri Odia News.
ସେଣ୍ଟ ଲୁସିଆ, ୨୫।୬: ଭାରତ ଚଳିତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି। ସୋମବାର ଅନୁଷ୍ଠିତ ସୁପର-୮ ମ୍ୟାଚରେ ଅଷ୍ଟ୍ରେଲିଆକୁ ୨୪ ରନରେ ହରାଇ ଅପରାଜେୟ ରହିଛି ଟିମ୍ ଇଣ୍ଡିଆ। ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ସହାୟତାରେ ଭାରତ ୨୦ ଓଭରରେ ୫ ଉଇକେଟ ହରାଇ ୨୦୫ ରନ କରିଥିବାବେଳେ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ ୧୮୧ ରନ କରିବାକୁ ସକ୍ଷମ ହୋଇଥିଲା। ୨୦୦୭ରେ ଉଦ୍ଘାଟନୀ ସଂସ୍କରଣରେ ଚାମ୍ପିୟନ ଭାରତ ୨୦୧୪ରେ ରନରଅପ୍ ହୋଇଥିଲା ଏବଂ ୨୦୧୬ ଓ ୨୦୨୨ରେ ସେମିଫାଇନାଲରୁ ବିଦାୟ ନେଇଥିଲା। ଏଥର ସେମିଫାଇନାଲରେ ଇଂଲଣ୍ଡକୁ ଭେଟିବ ଭାରତ। ମ୍ୟାଚଟି ୨୭ ତାରିଖରେ ଗୁଏନାରେ ଅନୁଷ୍ଠିତ ହେବ। ୨୦୨୨ ସେମିଫାଇନାଲରେ ଭାରତ ୧୦ ଉଇକେଟରେ ଇଂଲଣ୍ଡଠାରୁ ହାରି ବିଦାୟ ନେଇଥିଲା। ଏହାର ମଧୁର ପ୍ରତିଶୋଧ ନେବାକୁ ଭାରତ ନିକଟରେ ସୁଯୋଗ ଆସିଛି।
ସୂଚନା ଥାଉକି, ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍ରେ ଅଷ୍ଟ୍ରେଲିଆକୁ ୨୪ ରନ୍ରେ ପରାସ୍ତ କରି ଭାରତ ଅପରାଜେୟ ଭାବେ ସେମିଫାଇନାଲରେ ପହଞ୍ଚିଛି।
ଅଷ୍ଟ୍ରେଲିଆ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ଦମ୍ଦାର ୯୨ ରନ୍ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍ ହରାଇ ୨୦୫ ରନ୍ କରିଥିଲେ। ଯବାବରେ ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ ୧୮୧ ରନ୍ କରିବାରେ ସକ୍ଷମ ହୋଇଥିଲା।
ଅଧିନାୟକ ରୋହିତ ଶର୍ମାଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ବୋଲରଙ୍କ ମିଳିତ ଅବଦାନ ବଳରେ ଭାରତ ଟି୨୦ କ୍ରିକେଟ ବିଶ୍ୱକପର ସେମିଫାଇନାଲରେ ପ୍ରବେଶ କରିଛି।
The post ଭାରତ ପାଖରେ ବଡ଼ ସୁଯୋଗ appeared first on Dharitri Odia News.