ଭାରତ ଫେରିଲେ ବିଶ୍ୱ ବିଜେତା
ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଯୋଗେ ଆଜି ଦିଲ୍ଲୀରେ ପହଞ୍ଚିଲେ ଭାରତୀୟ ଟିମ। ବିଶ୍ୱ ବିଜୟୀ ଦଳର ଖେଳାଳିମାନେ ଆଜି ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟିବେ।
ବିଶ୍ୱକପ ଟ୍ରଫି ଧରି ସ୍ୱଦେଶ ମାଟିରେ ଟିମ୍ ଇଣ୍ଡିଆର ଖେଳାଳୀ । ୱେଷ୍ଟଇଣ୍ଡିଜର ବାର୍ବାଡସରେ ଘୂର୍ଣ୍ଣିଝଡ଼ ପରେ ଫସି ରହିଥିଲେ ଭାରତୀୟ ଟିମ। ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଯୋଗେ ଆଜି ଦିଲ୍ଲୀରେ ପହଞ୍ଚିଲେ ଭାରତୀୟ ଟିମ। ବିଶ୍ୱ ବିଜୟୀ ଦଳର ଖେଳାଳିମାନେ ଆଜି ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟିବେ। ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ସାରି ସେଠାରୁ ଚାଟାର୍ଡ ବିମାନ ଯୋଗେ ମୁମ୍ବାଇ ଯିବେ। ଆଜି ସନ୍ଧ୍ୟାରେ ମୁମ୍ବାଇରେ ହେବ ଗ୍ରାଣ୍ଡ ସେଲିବ୍ରେସନ। ଖେଳାଳିମାନେ ୱାଙ୍ଖଡେ ଷ୍ଟାଡିୟମରେ ପହଞ୍ଚିବେ। ସେଠାରେ ଏକ କିଲୋମିଟରର ବସ୍ ପ୍ୟାରେଡର କାର୍ଯ୍ୟକ୍ରମ ରହିଛି।