ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୨୨।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ୨୪ ରୁ ୨୮ ଅକ୍ଟୋବରରେ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡକୁ ତାରକା ବ୍ୟାଟ୍ସମ୍ୟାନ କେନ ୱିଲିୟମସନଙ୍କ ରୂପରେ ଏକ ବଡ ଝଟକା ଲାଗଛି। ବେଙ୍ଗାଲୁରୁରେ ଖେଳାଯାଇଥିବା ସିରିଜର ପ୍ରଥମ ଟେଷ୍ଟ ପରି ୱିଲିୟମସନ ଆହତ କାରଣରୁ ପୁଣେରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟରେ ଖେଳି ପାରିବେ ନାହିଁ। କିୱି ବ୍ୟାଟ୍ସମ୍ୟାନ […] The post ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଶକ୍ତ ଧକ୍କା appeared first on Dharitri Odia News.

ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଶକ୍ତ ଧକ୍କା

ନୂଆଦିଲ୍ଲୀ,୨୨।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ୨୪ ରୁ ୨୮ ଅକ୍ଟୋବରରେ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡକୁ ତାରକା ବ୍ୟାଟ୍ସମ୍ୟାନ କେନ ୱିଲିୟମସନଙ୍କ ରୂପରେ ଏକ ବଡ ଝଟକା ଲାଗଛି।

ବେଙ୍ଗାଲୁରୁରେ ଖେଳାଯାଇଥିବା ସିରିଜର ପ୍ରଥମ ଟେଷ୍ଟ ପରି ୱିଲିୟମସନ ଆହତ କାରଣରୁ ପୁଣେରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟରେ ଖେଳି ପାରିବେ ନାହିଁ। କିୱି ବ୍ୟାଟ୍ସମ୍ୟାନ ଆଜିକାଲି ଆଘାତ ଦେଇ ଗତି କରୁଛନ୍ତି। ପୁଣେରେ ଖେଳାଯିବାକୁ ଥିବା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପାଇଁ ୱିଲିୟମସନ ଫିଟ ହେବେ ବୋଲି ଆଶା କରାଯାଉଥିଲା, କିନ୍ତୁ ତାହା ହୋଇ ନ ଥିଲା। ୱିଲିୟମସନ ଖେଳିବେ ନାହିଁ ବୋଲି ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ସୂଚନା ଦେଇଛି।

ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ଟେଷ୍ଟ ସିରିଜରେ ୱିଲିୟମସନ ଆହତ ହୋଇଥିଲେ। ମୁଖ୍ୟ କୋଚ ଗ୍ୟାରୀ ଷ୍ଟିଡ କହିଛନ୍ତି, ୱିଲିୟମସନ ଅଗ୍ରଗତି କରୁଛନ୍ତି, କିନ୍ତୁ ଫେରିବା ପାଇଁ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଫିଟ ନୁହଁନ୍ତି।

The post ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଶକ୍ତ ଧକ୍କା appeared first on Dharitri Odia News.