ଭାରତର ବିଶାଳ ବିଜୟ

ଦୁବାଇ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ରବିବାର ଦୁବାଇର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ପଞ୍ଚମ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ମହାବିଜୟ ହୋଇଛି। ଧାର୍ଯ୍ୟ ୨୪୨ ରନ୍ ଲକ୍ଷ୍ୟର ପିଛା କରି ଭାରତ ବିରାଟ କୋହଲିଙ୍କ ବିରାଟ ଶତକ କହିତ ୪୨.୩ ଓଭରରେ ୪ ୱିକେଟ ହରାଇ ୨୪୪ ରନ୍ କରିଛି। ଚାମ୍ପିଅନ୍ସ ଟ୍ରଫିର ଏହି ହାଇଭୋଲଟେଜ୍ ମ୍ୟାଚ୍‌ରେ ପାକିସ୍ତାନ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତ […]

ଭାରତର ବିଶାଳ ବିଜୟ

ଦୁବାଇ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ରବିବାର ଦୁବାଇର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ପଞ୍ଚମ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ମହାବିଜୟ ହୋଇଛି।

ଧାର୍ଯ୍ୟ ୨୪୨ ରନ୍ ଲକ୍ଷ୍ୟର ପିଛା କରି ଭାରତ ବିରାଟ କୋହଲିଙ୍କ ବିରାଟ ଶତକ କହିତ ୪୨.୩ ଓଭରରେ ୪ ୱିକେଟ ହରାଇ ୨୪୪ ରନ୍ କରିଛି।
ଚାମ୍ପିଅନ୍ସ ଟ୍ରଫିର ଏହି ହାଇଭୋଲଟେଜ୍ ମ୍ୟାଚ୍‌ରେ ପାକିସ୍ତାନ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଭାରତ ବୋଲିଂ କରିଥିଲା।

ଭାରତ ପକ୍ଷରୁ ରୋହିତ ଶର୍ମା ୨୦ ରନ୍ କରିଥିବାବେଳେ ଶୁବମନ ଗିଲ୍ ୪୬ ରନ୍ କରିଥିଲେ। ସେହିପରି ବିରାଟ କୋହଲି ୧୦୦ ରନ୍, ଶ୍ରେୟଶ ଆୟର ୫୬ ରନ୍, ହାର୍ଦ୍ଦିକ ପାଣ୍ଡ୍ୟା ୮ ରନ୍, ଅକ୍ଷର ପଟେଲ ୩ ରନ୍ କରିଥିଲେ।

ପାକିସ୍ତାନ ୪୯.୪ ଓଭରରେ ଅଲ୍‌ଆଉଟ୍ ହୋଇ ୨୪୧ ରନ୍ କରିଥିଲା। ଫଳରେ ଟିମ୍ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୨୪୨ ରନ୍ ରହିଥିଲା।