ଭାରସାମ୍ୟ ହରାଇ ଓଲଟିଲା ପିକ୍ଅପ୍ ଭ୍ୟାନ୍ : ଦୁଇ ମୃତ, ୧୧ ଗୁରୁତର
ଆସ୍କା ୦୬।୦୪ : ଗଞ୍ଜାମ ଜିଲ୍ଲା ହିଞ୍ଜିଳକାଟୁ ସୋମ୍ପୁର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ପିକ୍ଅପ୍ ଭ୍ୟାନ୍ । ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ରୁ ଅଧିକ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଦଣ୍ଡୁଆମାନଙ୍କୁ ନେଇ ଏକ ପିକ୍ଅପ୍ ଭ୍ୟାନ୍ଟି ବ୍ରହ୍ମପୁର ଠାରୁ କ୍ଷେତ୍ରୀ ବ୍ରହ୍ମପୁର ଅଭିମୁଖେ ଯାଉଥିଲା । ହେଲେ କିଏ ଜାଣିଥିଲା ଅଧାରାସ୍ତାରେ ଘଟିବ ଅଘଟଣ । ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସୋମ୍ପୁର ନିକଟରେ ପିକ୍ଅପ୍ ଭ୍ୟାନ୍ଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଯାହାଫଳରେ ଗାଡିରେ ଲୋକଙ୍କ ମଧ୍ୟରୁ ଦୁଇ ଜଣଙ୍କର ହିଁ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଆଉ ବାକି ୧୧ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି । ତେବେ ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା । ଦୁର୍ଘଟଣାସ୍ଥଳରୁ ପ୍ରଥମେ ମୃତାହତଙ୍କୁ ଉଦ୍ଧାର କରି ନିକଟସ୍ଥ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମେଡିକାଲରେ ସମସ୍ତ ଗୁରୁତରଙ୍କ ଚିକିତ୍ସା ଜାରି ରହିଛି । ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛନ୍ତି ।
ଆସ୍କା ୦୬।୦୪ : ଗଞ୍ଜାମ ଜିଲ୍ଲା ହିଞ୍ଜିଳକାଟୁ ସୋମ୍ପୁର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ପିକ୍ଅପ୍ ଭ୍ୟାନ୍ । ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ରୁ ଅଧିକ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଦଣ୍ଡୁଆମାନଙ୍କୁ ନେଇ ଏକ ପିକ୍ଅପ୍ ଭ୍ୟାନ୍ଟି ବ୍ରହ୍ମପୁର ଠାରୁ କ୍ଷେତ୍ରୀ ବ୍ରହ୍ମପୁର ଅଭିମୁଖେ ଯାଉଥିଲା । ହେଲେ କିଏ ଜାଣିଥିଲା ଅଧାରାସ୍ତାରେ ଘଟିବ ଅଘଟଣ । ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ସୋମ୍ପୁର ନିକଟରେ ପିକ୍ଅପ୍ ଭ୍ୟାନ୍ଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା । ଯାହାଫଳରେ ଗାଡିରେ ଲୋକଙ୍କ ମଧ୍ୟରୁ ଦୁଇ ଜଣଙ୍କର ହିଁ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ଆଉ ବାକି ୧୧ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି ।

ତେବେ ଦୁର୍ଘଟଣା ପରେ ସ୍ଥାନୀୟ ଲୋକଙ୍କ ସହାୟତାରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା । ଦୁର୍ଘଟଣାସ୍ଥଳରୁ ପ୍ରଥମେ ମୃତାହତଙ୍କୁ ଉଦ୍ଧାର କରି ନିକଟସ୍ଥ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମେଡିକାଲରେ ସମସ୍ତ ଗୁରୁତରଙ୍କ ଚିକିତ୍ସା ଜାରି ରହିଛି । ଘଟଣାସ୍ଥଳରେ ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଛାନ୍ଭିନ୍ ଆରମ୍ଭ କରିଛନ୍ତି ।