ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍, ୨୫ ଯାତ୍ରୀ ଆହତ

ଖୋର୍ଦ୍ଧା ୧୫।୬: ଭୁବନେଶ୍ବର ପିତାପଲ୍ଲୀ ଛକରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୨୫ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା । ଆହତ ମାନଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି ।ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ପିତାପଲ୍ଲୀ ଛକ ନିକଟରେ ଓଲଟିଲା ‘ନୀଳକଣ୍ଠ’ ନାମକ ଘରୋଇ ଯାତ୍ରୀବାହୀ ବସ୍ । ଭାରସାମ୍ୟ ହରାଇ ବସ୍‌ଟି ଓଲଟିଥିବା ସୂଚନା ମିଳିଛି । ବସ୍‌ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ । ସେମାନଙ୍କ ମଧ୍ୟରୁ ୨୫ ଯାତ୍ରୀ ଆହତ ହୋଇଛନ୍ତି । ଆହତ ଯାତ୍ରୀ ମାନଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଘରୋଇ ବସ୍‌ଟି ଭୁବନେଶ୍ବରରୁ ଖୋର୍ଦ୍ଧା ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣା ଘଟିଥିଲା ।You Can Read:ଅଣସେବାୟତ ରଥରେ ଚଢିଲେ ଗିରଫ ହେବେ, ରଥ ଉପରେ ସେବାୟତଙ୍କୁ ମୋବାଇଲ ମନାi 

ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍, ୨୫ ଯାତ୍ରୀ ଆହତ

ଖୋର୍ଦ୍ଧା ୧୫।୬: ଭୁବନେଶ୍ବର ପିତାପଲ୍ଲୀ ଛକରେ ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୨୫ ଜଣ ଯାତ୍ରୀ ଆହତ ହୋଇଥିବା ସୂଚନା । ଆହତ ମାନଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ପିତାପଲ୍ଲୀ ଛକ ନିକଟରେ ଓଲଟିଲା ‘ନୀଳକଣ୍ଠ’ ନାମକ ଘରୋଇ ଯାତ୍ରୀବାହୀ ବସ୍ । ଭାରସାମ୍ୟ ହରାଇ ବସ୍‌ଟି ଓଲଟିଥିବା ସୂଚନା ମିଳିଛି । ବସ୍‌ରେ ପ୍ରାୟ ୫୦ ଜଣ ଯାତ୍ରୀ ଥିଲେ । ସେମାନଙ୍କ ମଧ୍ୟରୁ ୨୫ ଯାତ୍ରୀ ଆହତ ହୋଇଛନ୍ତି । ଆହତ ଯାତ୍ରୀ ମାନଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଛି । 

ଘଟଣାସ୍ଥଳରେ ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଘରୋଇ ବସ୍‌ଟି ଭୁବନେଶ୍ବରରୁ ଖୋର୍ଦ୍ଧା ଅଭିମୁଖେ ଆସୁଥିବା ବେଳେ ଦୁର୍ଘଟଣା ଘଟିଥିଲା ।

You Can Read:

ଅଣସେବାୟତ ରଥରେ ଚଢିଲେ ଗିରଫ ହେବେ, ରଥ ଉପରେ ସେବାୟତଙ୍କୁ ମୋବାଇଲ ମନାi