ଭିଜିଲାନ୍ସ ଜାଲରେ ACF; ୯ଟି ସ୍ଥାନରେ ଚଢ଼ାଉ
ACF ରେବତୀ ରମଣ ଯୋଶୀ ଆୟ ବର୍ହିଭୂତ ସମ୍ପତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
ଭିଜିଲାନ୍ସ ଜାଲରେ ହୀରାକୁଦ ବନ୍ୟପ୍ରାଣୀ ଡିଭିଜନ ACF। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ACF ରେବତୀ ରମଣ ଯୋଶୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ACFଙ୍କ ସମ୍ବଲପୁର ଓ ବରଗଡ଼ରେ ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ କରାଯାଇଛି।
ରମଣ ଯୋଶୀଙ୍କ ସମ୍ବଲପୁର ଅଫିସ୍, କ୍ୱାର୍ଟର୍ସ, ତିନି ମହଲା ଘରେ ଚଢ଼ାଉ କରାଯାଇଛି। ACFଙ୍କର ସମ୍ବଲପୁରରେ ଥିବା ୪ଟି ଫ୍ଲାଟ, ସମ୍ବଲପୁରରେ ବ୍ୟବସାୟିକ କୋଠା ଓ ବରଗଡ଼ ଘରେ ଯାଞ୍ଚ କରାଯାଇଛି।
ACF ରେବତୀ ରମଣ ଯୋଶୀ ଆୟ ବର୍ହିଭୂତ ସମ୍ପତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛନ୍ତି।