ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ, କଟକ, ଭୁବନେଶ୍ଵର ସହ ଭଦ୍ରକରେ ଚଢ଼ାଉ
କଟକ ୦୫/୦୮: ଭିଜିଲାନ୍ସ ଜାଲରେ ଆଉ ଜଣେ ଯନ୍ତ୍ରୀ । ଓଵିସିସି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘର ଓ ଅଫିସରେ ଚଢ଼ାଉ । ଓଵିସିସି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ କୁମାର ରଥ କଟକ ଅଫିସ ସହ ଭୁବନେଶ୍ଵର ଓ ଭଦ୍ରକ ଘରେ ଚଢ଼ାଉ । ସୂଚନା ଥାଉକି, ଭିଜିଲାନ୍ସ ଜାଲରେ Odisha bridge and construction ର chief construction engineer । ଆର ଆଣ୍ଡ ବି କଟକ ସର୍କଲର chief construction engineer ପ୍ରଦୀପ କୁମାର ରଥଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ଏକକାଳୀନ ୧୨ ସ୍ଥାନରେ ଚଢ଼ାଉ ଜାରି ରହିଛି । ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶ କ୍ରମେ ପ୍ରଦୀପଙ୍କ ରସୁଲଗଡ଼ ସ୍ଥିତ ସତ୍ୟବିହାର ଘର, ଭୁବନେଶ୍ୱର ଚନ୍ଦ୍ରଶେଖରପୁର ରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଜଗନ୍ନାଥପୁରରେ ଥିବା ଆପର୍ଟମେଣ୍ଟ, କଟକ ବାରବାଟୀ ଷ୍ଟାଡିୟମ ନିକଟରେ ଥିବା କାର୍ଯ୍ୟାଳୟ, ଆଗରପଡା ସ୍ଥିତ ପୈତୃକ ଘର, ଭଦ୍ରକ ରହଣ୍ଡିଆ ଶାସନ ସ୍ଥିତ ଘର, ଯାଜପୁର ରେ ନିର୍ମାଣାଧୀନ ଘର, ଖୋର୍ଦ୍ଧା ରେ ଥିବା ଘର, କଟକରେ ଅନ୍ୟାନ୍ୟ ସ୍ଥାନ, ଯାଜପୁର ସ୍ଥିତ ସମ୍ପର୍କୀୟଙ୍କ ଘର, ଶାସ୍ତ୍ରୀ ନଗର ସ୍ଥିତ ଅନ୍ୟ ସମ୍ପର୍କୀୟଙ୍କ ଘର, ନୟାପଲ୍ଲୀ ଇନ୍ଦ୍ରଧନୁ ମାର୍କେଟରେ ଥିବା ପୈତୃକ ଘରେ ଏକକାଳୀନ ରେଡ଼ କରିଛି ଭିଜିଲାନ୍ସ । ସକାଳୁ ଚାଲିଥିବା ଏହି ରେଡ଼ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ହାତରେ ଲାଗିଛି ।
କଟକ ୦୫/୦୮: ଭିଜିଲାନ୍ସ ଜାଲରେ ଆଉ ଜଣେ ଯନ୍ତ୍ରୀ । ଓଵିସିସି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘର ଓ ଅଫିସରେ ଚଢ଼ାଉ । ଓଵିସିସି ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପ୍ରଦୀପ କୁମାର ରଥ କଟକ ଅଫିସ ସହ ଭୁବନେଶ୍ଵର ଓ ଭଦ୍ରକ ଘରେ ଚଢ଼ାଉ ।
ସୂଚନା ଥାଉକି, ଭିଜିଲାନ୍ସ ଜାଲରେ Odisha bridge and construction ର chief construction engineer । ଆର ଆଣ୍ଡ ବି କଟକ ସର୍କଲର chief construction engineer ପ୍ରଦୀପ କୁମାର ରଥଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଛି ଭିଜିଲାନ୍ସ । ଏକକାଳୀନ ୧୨ ସ୍ଥାନରେ ଚଢ଼ାଉ ଜାରି ରହିଛି ।
ସ୍ପେଶାଲ ଜଜ୍ ଭିଜିଲାନ୍ସଙ୍କ ନିର୍ଦ୍ଦେଶ କ୍ରମେ ପ୍ରଦୀପଙ୍କ ରସୁଲଗଡ଼ ସ୍ଥିତ ସତ୍ୟବିହାର ଘର, ଭୁବନେଶ୍ୱର ଚନ୍ଦ୍ରଶେଖରପୁର ରେ ଥିବା ଆପାର୍ଟମେଣ୍ଟ, ଭଦ୍ରକ ଜଗନ୍ନାଥପୁରରେ ଥିବା ଆପର୍ଟମେଣ୍ଟ, କଟକ ବାରବାଟୀ ଷ୍ଟାଡିୟମ ନିକଟରେ ଥିବା କାର୍ଯ୍ୟାଳୟ, ଆଗରପଡା ସ୍ଥିତ ପୈତୃକ ଘର, ଭଦ୍ରକ ରହଣ୍ଡିଆ ଶାସନ ସ୍ଥିତ ଘର, ଯାଜପୁର ରେ ନିର୍ମାଣାଧୀନ ଘର, ଖୋର୍ଦ୍ଧା ରେ ଥିବା ଘର, କଟକରେ ଅନ୍ୟାନ୍ୟ ସ୍ଥାନ, ଯାଜପୁର ସ୍ଥିତ ସମ୍ପର୍କୀୟଙ୍କ ଘର, ଶାସ୍ତ୍ରୀ ନଗର ସ୍ଥିତ ଅନ୍ୟ ସମ୍ପର୍କୀୟଙ୍କ ଘର, ନୟାପଲ୍ଲୀ ଇନ୍ଦ୍ରଧନୁ ମାର୍କେଟରେ ଥିବା ପୈତୃକ ଘରେ ଏକକାଳୀନ ରେଡ଼ କରିଛି ଭିଜିଲାନ୍ସ । ସକାଳୁ ଚାଲିଥିବା ଏହି ରେଡ଼ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ହାତରେ ଲାଗିଛି ।