ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର: ଲାଞ୍ଚନେଇ ….

କେନ୍ଦ୍ରାପଡା,୧ା୧୦: କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ ଟଙ୍କା ଜବତ କରିଛି। ବିଭାଷ ଲାଇସେନ୍ସ କରାଇ ଦେବା ପାଇଁ ସଞ୍ଜୟ ପ୍ରଧ୍ୟାନ ନାମକ ଜଣେ ବ୍ୟକ୍ତିଙ୍କୁ ହଇରାଣ କରୁଥିଲେ। ଲାଇସେନ୍ସ କରିଦେବା ପାଇଁ ଆଜି କାଲି ସମୟ ଗଡ଼ାଇ ଚାଲିଥିଲେ। ହେଲେ ତାଙ୍କର ଲାଇସେନ୍ସ […] The post ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର: ଲାଞ୍ଚନେଇ …. appeared first on Dharitri Odia News.

ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର: ଲାଞ୍ଚନେଇ ….

କେନ୍ଦ୍ରାପଡା,୧ା୧୦: କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି ଅଫିସରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ଭିଜିଲାନ୍ସ ତାଙ୍କ ପାଖରୁ ୫ ହଜାର ଲାଞ୍ଚ ଟଙ୍କା ଜବତ କରିଛି।

ବିଭାଷ ଲାଇସେନ୍ସ କରାଇ ଦେବା ପାଇଁ ସଞ୍ଜୟ ପ୍ରଧ୍ୟାନ ନାମକ ଜଣେ ବ୍ୟକ୍ତିଙ୍କୁ ହଇରାଣ କରୁଥିଲେ। ଲାଇସେନ୍ସ କରିଦେବା ପାଇଁ ଆଜି କାଲି ସମୟ ଗଡ଼ାଇ ଚାଲିଥିଲେ। ହେଲେ ତାଙ୍କର ଲାଇସେନ୍ସ କରୁ ନଥିଲେ। ସଞ୍ଜୟ ବାରମ୍ବାର ବାରମ୍ବାର ଲାଇସେନ୍ସ ଅଫିସକୁ ଦୌଡ଼ି ନୟାନ୍ତ ହୋଇଥିଲେ। ଶେଷରେ ଫୁଡ୍ ସେଫ୍ଟି ଅଫିସର ଲାଇସେନ୍ସ କରି ଦେବା ପାଇଁ ମୋଟା ଅଙ୍କର ଟଙ୍କା ମାଗିଥିଲେ। ସଞ୍ଜୟ ଫୁଡ୍ ସେଫ୍ଟି ଅଫିସରଙ୍କୁ ପ୍ରଥମେ ୪୦ ହଜାର ଟଙ୍କା ଦେଇଥିଲେ। ଆଉ ୫ ହଜାର ଟଙ୍କା ବାକି ଥିଲା। ଆଜି ସେହି ଅବଶିଷ୍ଟ ଟଙ୍କା ନେବାକୁ କହିଥିଲେ ବିଭାଷ।

ଘଟଣାସଂପର୍କରେ ସଞ୍ଜୟ ଭିଜିଲାନ୍ସକୁ ପୂର୍ବରୁ ଅବଗତ କରାଇଥିଲେ। ଜାତୀୟ ରାଜପଥ ତିନିମୁହାଣି ଛକରେ ଫୁଡ୍ ସେଫ୍ଟି ଅଫିସର ଲାଞ୍ଚ ନେବାବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଅଧିକାରୀ ତାଙ୍କୁ ମାଡ଼ି ବସିଥିଲେ। ଫୁଡ୍ ସେଫ୍ଟି ଅଫିସରଙ୍କୁ ଭିଜିଲାନ୍ସ ପଚରାଉଚରା କରିଥିବା ବେଳେ ତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିଛି। ଏଥିସହ ଫୁଡ୍ ସେଫ୍ଟି ଅଫିସରଙ୍କ ଭଡ଼ା ଘର ଓ ପୈତୃକ ଘରେ ଚଢ଼ାଉ ଚାଲିଛି।

 

The post ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର: ଲାଞ୍ଚନେଇ …. appeared first on Dharitri Odia News.