ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ଘର ସମେତ ବିଭିନ୍ନ ସ୍ଥାନରେ ଚାଲିଛି ଚଢ଼ଉ

ଜୟପୁର ୦୩/୧୨: ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଭିନ୍ନ ସ୍ଥାନରେ ଚଢଉ । ଘର ସମେତ ବିଭିନ୍ନ ସ୍ଥାନରେ ଚାଲିଛି ଚଢ଼ଉ । ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ । ଜୟପୁର ସମେତ ବିଭିନ୍ନ ସ୍ଥାନରେ ଚଢାଉ ହୋଇଥିବା ସୂଚନା । ବିଶ୍ୱନାଥ ପାତ୍ର ଜୟପୁର ବ୍ଳକର ସହକାରୀ ନିର୍ବାହୀ ଯନ୍ତ୍ରୀ ସହ ପୌରପାଳିକାର ଯନ୍ତ୍ରୀ ଦାୟିତ୍ୱରେ ମଧ୍ୟ ଅଛନ୍ତି । ସୂଚନା ଥାଉକି, ଏହି ଚଢାଉରେ ଜଣେ ଅତିରିକ୍ତ ଏସପି, ୨ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୬ ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। ଗଞ୍ଜାମ ଏବଂ ଭୁବନେଶ୍ଵରର ୬ଟି ସ୍ଥାନରେ ରେଡ୍ ଚାଲିଛି। ବିଶ୍ଵନାଥଙ୍କ ଜୟପୁର ସ୍ଥିତ ତିନି ମହଲା ଘର, ବେଲଗୁଣ୍ଠା ସ୍ଥିତ ପୈତୃକ ଘର, ଜୟପୁର ବ୍ଲକରେ ଥିବା କାର୍ଯ୍ୟାଳୟ, ଜୟପୁର ମୁନିସିପାଲିଟିରେ ଥିବା କାର୍ଯ୍ୟାଳୟ, ବିଶ୍ଵନାଥଙ୍କ ପତ୍ନୀଙ୍କ ଜୟପୁରସ୍ଥିତ କାର୍ଯ୍ୟାଳୟ, ନିଳାଦ୍ରୀବିହାରରେ ଥିବା ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ଚଢାଉ କରୁଛି।  

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ, ଘର ସମେତ ବିଭିନ୍ନ ସ୍ଥାନରେ ଚାଲିଛି ଚଢ଼ଉ

ଜୟପୁର ୦୩/୧୨: ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ର । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଭିନ୍ନ ସ୍ଥାନରେ ଚଢଉ । ଘର ସମେତ ବିଭିନ୍ନ ସ୍ଥାନରେ ଚାଲିଛି ଚଢ଼ଉ । ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ । ଜୟପୁର ସମେତ ବିଭିନ୍ନ ସ୍ଥାନରେ ଚଢାଉ ହୋଇଥିବା ସୂଚନା । ବିଶ୍ୱନାଥ ପାତ୍ର ଜୟପୁର ବ୍ଳକର ସହକାରୀ ନିର୍ବାହୀ ଯନ୍ତ୍ରୀ ସହ ପୌରପାଳିକାର ଯନ୍ତ୍ରୀ ଦାୟିତ୍ୱରେ ମଧ୍ୟ ଅଛନ୍ତି । 

ସୂଚନା ଥାଉକି, ଏହି ଚଢାଉରେ ଜଣେ ଅତିରିକ୍ତ ଏସପି, ୨ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର, ୬ ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି। ଗଞ୍ଜାମ ଏବଂ ଭୁବନେଶ୍ଵରର ୬ଟି ସ୍ଥାନରେ ରେଡ୍ ଚାଲିଛି। ବିଶ୍ଵନାଥଙ୍କ ଜୟପୁର ସ୍ଥିତ ତିନି ମହଲା ଘର, ବେଲଗୁଣ୍ଠା ସ୍ଥିତ ପୈତୃକ ଘର, ଜୟପୁର ବ୍ଲକରେ ଥିବା କାର୍ଯ୍ୟାଳୟ, ଜୟପୁର ମୁନିସିପାଲିଟିରେ ଥିବା କାର୍ଯ୍ୟାଳୟ, ବିଶ୍ଵନାଥଙ୍କ ପତ୍ନୀଙ୍କ ଜୟପୁରସ୍ଥିତ କାର୍ଯ୍ୟାଳୟ, ନିଳାଦ୍ରୀବିହାରରେ ଥିବା ସମ୍ପର୍କୀୟଙ୍କ ଘରେ ଭିଜିଲାନ୍ସ ଚଢାଉ କରୁଛି।