ଭିସୁଟ୍ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ
କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି (ଭିସୁଟ୍) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ ହାଇକୋର୍ଟରେ। ମାମଲାର ତଦନ୍ତ ଦାୟିତ୍ୱ କାହିଁକି ସିବିଆଇକୁ ଦିଆନଯିବ ସେନେଇ ରାଜ୍ୟ ସରକାର ଉତ୍ତର ରଖିବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ହାଇକୋର୍ଟର ବିଚାରପତି ଆଦିତ୍ୟ କୁମାର ମହାପାତ୍ର ମାମଲାର ଶୁଣାଣି କରି ଆଗାମୀ ଶୁଣାଣି ସୁଦ୍ଧା ଜବାବ ଦାଖଲ ନିମନ୍ତେ ଆଦେଶ ଦେଇଛନ୍ତି। ଆସନ୍ତା ୨୫ ତାରିଖରେ ମାମଲାର ପରବର୍ତ୍ତୀ […] The post ଭିସୁଟ୍ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ appeared first on Dharitri Odia News.
କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି (ଭିସୁଟ୍) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ ହାଇକୋର୍ଟରେ। ମାମଲାର ତଦନ୍ତ ଦାୟିତ୍ୱ କାହିଁକି ସିବିଆଇକୁ ଦିଆନଯିବ ସେନେଇ ରାଜ୍ୟ ସରକାର ଉତ୍ତର ରଖିବାକୁ ହାଇକୋର୍ଟ ଆଦେଶ ଦେଇଛନ୍ତି। ହାଇକୋର୍ଟର ବିଚାରପତି ଆଦିତ୍ୟ କୁମାର ମହାପାତ୍ର ମାମଲାର ଶୁଣାଣି କରି ଆଗାମୀ ଶୁଣାଣି ସୁଦ୍ଧା ଜବାବ ଦାଖଲ ନିମନ୍ତେ ଆଦେଶ ଦେଇଛନ୍ତି। ଆସନ୍ତା ୨୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ସ୍ଥିର ହୋଇଛି।
ମାମଲାର ବିବରଣୀ ଅନୁସାରେ, ୨୦୨୩ ଫେବୃୟାରୀ ୨୮ ତାରିଖରେ ଭିସୁଟ ସମାବର୍ତ୍ତନ ଉତ୍ସବ ପରେ ଚିନ୍ମୟୀ ନିଖୋଜ ହୋଇଯାଇଥିଲେ। ଏନେଇ ପରିବାର ପକ୍ଷରୁ ବୁର୍ଲା ଥାନାରେ ଚିନ୍ମୟୀଙ୍କୁ ହତ୍ୟା କରାଯାଇଥିବା ନେଇ ଏତଲା ଦିଆଯାଇଥିଲା। ଏତଲା ଆଧାରରେ ପୋଲିସ ଏକ ହତ୍ୟା ମାମଲା ମଧ୍ୟ ରୁଜୁ କରିଥିଲା। ତେବେ ଚିନ୍ମୟୀଙ୍କ ମୃତଦେହ ବୁର୍ଲା ପାୱାର ଚ୍ୟାନେଲ ବ୍ରିଜରୁ ମାର୍ଚ୍ଚ ୧ରେ ମିଳିଥିଲା। ବୁର୍ଲା ଥାନା ଏହି ଘଟଣାକୁ ହତ୍ୟା ନୁହେଁ ବରଂ କେନାଲରେ ପଡ଼ି ମୃତ୍ୟୁ ହୋଇଥିବା ସ୍ପଷ୍ଟ କରିଥିଲା। ଏହାପରେ ମୃତ ଚିନ୍ମୟୀଙ୍କ ପରିବାର ଏହି ଘଟଣାର ସିବିଆଇ ତଦନ୍ତ ଆବଶ୍ୟକ ଦର୍ଶାଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଚିନ୍ମୟୀଙ୍କ ମାଆ ଲବଙ୍ଗ ସାହୁଙ୍କ ଆବେଦନ କ୍ରମେ ହାଇକୋର୍ଟରେ ମାମଲା ରୁଜୁ ହୋଇଛି। ମୃତ ଚିନ୍ମୟୀଙ୍କ ପରିବାର ପକ୍ଷରୁ ଆଇନଜୀବୀ ସନ୍ଦୀପନ ଓ ବିପ୍ଳବ ବାହଲି ମାମଲା ପରିଚାଳନା କରୁଛନ୍ତି।
The post ଭିସୁଟ୍ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ appeared first on Dharitri Odia News.