ଭୁତ ଖାଉଥିଲେ ରାସନ – ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର : ଧରାପଡ଼ିଲେ ଭୁତ ରାସନ କାର୍ଡ ଧାରୀ । ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତି (ଭୁତ)ଙ୍କ ନାଁରେ ନିଆଯାଉଥିଲା ରାସନ ଚାଉଳ। ବିଧାନସଭାରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି । ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ ପ୍ରଶ୍ନର ଉତ୍ତରରେ ବିଭାଗୀୟ ମନ୍ତ୍ରୀ ଏଭଳି ଉତ୍ତର ଦେଇଛନ୍ତି। ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କ ନାଁରେ […]

ଭୁତ ଖାଉଥିଲେ ରାସନ – ଯୋଗାଣ ମନ୍ତ୍ରୀ
ଭୁତ ଖାଉଥିଲେ ରାସନ - ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର : ଧରାପଡ଼ିଲେ ଭୁତ ରାସନ କାର୍ଡ ଧାରୀ । ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତି (ଭୁତ)ଙ୍କ ନାଁରେ ନିଆଯାଉଥିଲା ରାସନ ଚାଉଳ। ବିଧାନସଭାରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି । ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ ପ୍ରଶ୍ନର ଉତ୍ତରରେ ବିଭାଗୀୟ ମନ୍ତ୍ରୀ ଏଭଳି ଉତ୍ତର ଦେଇଛନ୍ତି।

ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା । ରାଜ୍ୟ ସରକାରଙ୍କ ପକ୍ଷରୁ ଇକେୱାସି ପ୍ରକ୍ରିୟା ପରେ ଏହି ସବୁ ମୃତ ବ୍ୟକ୍ତିଙ୍କ ନାଁ କୁ ବାଦ ଦିଆ ଯାଇଛି। ଆୟକର ଦାତାଙ୍କୁ ମଧ୍ୟ ନୋଟିସ ହୋଇଛି। ଏବେ ଫିଜିକାଲ ଭେରିଫିକେସନ ଚାଲିଛି। ଚାଉଳ କିଏ ଖାଉଥିଲା ତାର ତଦନ୍ତ ଚାଲିଛି। ଏଥିରେ କୋଟି କୋଟି ଟଙ୍କା ଦୁର୍ନୀତି ହୋଇଛି। ୩୧ ତାରିଖ ପରେ କେତେ ଭୂତ ରାସନ କାର୍ଡ ରହିଛି ସ୍ପଷ୍ଟ ହେବ।

କେନ୍ଦୁଝରରେ ସର୍ବାଧିକ ୩୫ ହଜାର ୫୫୦ଜଣ ମୃତ ବ୍ୟକ୍ତି ରାସନ କାର୍ଡ ହାତେଇଥିଲେ । ସେହିପରି ଗଞ୍ଜାମରେ ୨୫ ହଜାର ୭୮୯, ମୟୂରଭଞ୍ଜରେ ୨୩ହଜାର ୭୯୯, ରାୟଗଡାରେ ୨୨ ହଜାର ୪୧୧ଜଣ ମୃତ ବ୍ୟକ୍ତି ରାସନ ଚାଉଳ ଉଠାଉଥିବା ମନ୍ତ୍ରୀ କହିଛନ୍ତି ।

ବିଜେଡି ବିଧାୟକ ଗଣେଶ୍ୱର ବେହେରା ବିଧାନସଭାରେ ଆଜି ପର୍ୟ୍ୟନ୍ତ କେତେ ଜଣ ହିତାଧିକାରୀ ଇ-କେଓ୍ୱାଇସି କରିଛନ୍ତି, ତାର ରିପୋର୍ଟ ମାଗିଥିଲେ । ଯାହାର ଉତ୍ତର ଦେଇ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଥିଲେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨ କୋଟି ୯୯ ଲକ୍ଷ ୫୦ ହଜାର ୮୨୦ ଜଣ ହିତାଧିକାରୀ ଇ-କେଓ୍ୱାଇସି କରିଛନ୍ତି ।

ସେମାନଙ୍କ ମଧ୍ୟରୁ ୨ କୋଟି ୯୮ ଲକ୍ଷ ୧୪ ହଜାର ୯୨୧ ହିତାଧିକାରୀ ଓଡ଼ିଶା ଭିତରେ ଥାଇ ଏବଂ ୧ ଲକ୍ଷ ୩୫ ହଜାର ୮୯୯ ପିଡିଏସ୍ ହିତାଧିକାରୀ ଓଡ଼ିଶା ବାହାରେ ଥାଇ ନିଜ ଇ-କେଓ୍ୱାଇସି କରାଇଛନ୍ତି । ତେବେ ଯାଞ୍ଚ ପ୍ରକ୍ରିୟାରେ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କ ନାମ ରାସନ କାର୍ଡ ତଥ୍ୟାବଳୀରେ ରହିଥିବା ଚିହ୍ନଟ କରାଯାଇଛି। ଜଣାପଡ଼ିବା ପରେ ସେମାନଙ୍କୁ ରାସନ କାର୍ଡ ତଥ୍ୟାବଳୀରୁ ବାଦ୍ ଦିଆଯାଇଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି ।