ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ, ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୯।୧୦: ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ‘ରନ୍ ଫର୍ ୟୁନିଟି’ ମାରାଥନ କାର୍ଯ୍ୟକ୍ରମ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଛାତ୍ରଛାତ୍ରୀ ଓ ଯୁବକ ଯୁବତୀ ମାନଙ୍କୁ ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରାୟ […] The post ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ, ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.
ଭୁବନେଶ୍ୱର,୨୯।୧୦: ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ରେ ଆରମ୍ଭ ହୋଇଛି ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଛନ୍ତି। ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରୀୟ ଏକତା ଦିବସ ପାଳନ ପାଇଁ ‘ରନ୍ ଫର୍ ୟୁନିଟି’ ମାରାଥନ କାର୍ଯ୍ୟକ୍ରମ କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଛାତ୍ରଛାତ୍ରୀ ଓ ଯୁବକ ଯୁବତୀ ମାନଙ୍କୁ ରାଷ୍ଟ୍ରୀୟ ଏକତା ପାଇଁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମରେ ପ୍ରାୟ ୩୦୦୦ ଛୋଟ ପିଲା, କ୍ରୀଡା ହଷ୍ଟଲର ଛାତ୍ରଛାତ୍ରୀ ଓ ବିଭିନ୍ନ କ୍ରୀଡା ସଂଗଠନର ପିଲାମାନେ ଯୋଗଦେଇ ଦୌଡରେ ଭାଗ ନେଇଥିଲେ। ମୁଖ୍ୟମନ୍ତ୍ରୀ ସେମାନଙ୍କ ନେତୃତ୍ବ ନେଇ ଏହି ଦୌଡରେ ସାମିଲ ହୋଇଥିଲେ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଦେଶର ଏକତା ଓ ଅଖଣ୍ଡତା ପାଇଁ ସର୍ଦ୍ଦାର ପଟେଲଙ୍କ ସଂକଳ୍ପ ଓ ଦୃଢ ପଦକ୍ଷେପର ତୁଳନା ନାହିଁ। ଦେଶର ଏକତା ପାଇଁ ସର୍ଦ୍ଦାର ପଟେଲ ସମର୍ପିତ ହୋଇ ଏକ ଅଖଣ୍ଡ ଭାରତର ମୂଳଦୁଆ ସ୍ଥାପନ କରି ଦେଶୀୟ ରାଜ୍ୟ ମାନଙ୍କର ସମ୍ମିଶ୍ରଣରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ସେଥିପାଇଁ ତାଙ୍କୁ ଲୌହ ମାନବର ଆଖ୍ୟା ଦିଆଯାଏ। ତାଙ୍କ ଆଦର୍ଶରେ ଦେଶର ଏକତା ଓ ଅଖଣ୍ଡତା ପାଇଁ ଦେଶର ପ୍ରତ୍ୟେକ ନାଗରିକ ସଂକଳ୍ପବଦ୍ଧ ହୋଇ କାମ କରିବା ଉଚିତ୍ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
The post ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମ୍ରେ ‘ରନ୍ ଫର୍ ୟୁନିଟି’ କାର୍ଯ୍ୟକ୍ରମ, ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.