ଭୁବନେଶ୍ବର ପ୍ରତିଷ୍ଠା ଦିବସ: ୭୬ ବର୍ଷରେ ପାଦ ଥାପିଲା ରାଜଧାନୀ

ଭୁବନେଶ୍ବର: ଆଜି ରାଜ୍ୟ ରାଜଧାନୀ ଭୁବନେଶ୍ବରର ୭୬ ତମ ପ୍ରତିଷ୍ଠା ଦିବସ। ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖରେ... The post ଭୁବନେଶ୍ବର ପ୍ରତିଷ୍ଠା ଦିବସ: ୭୬ ବର୍ଷରେ ପାଦ ଥାପିଲା ରାଜଧାନୀ appeared first on .

ଭୁବନେଶ୍ବର ପ୍ରତିଷ୍ଠା ଦିବସ: ୭୬ ବର୍ଷରେ ପାଦ ଥାପିଲା ରାଜଧାନୀ

ଭୁବନେଶ୍ବର: ଆଜି ରାଜ୍ୟ ରାଜଧାନୀ ଭୁବନେଶ୍ବରର ୭୬ ତମ ପ୍ରତିଷ୍ଠା ଦିବସ। ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖରେ ଭୁବନେଶ୍ବରକୁ ମିଳିଥିଲା ରାଜଧାନୀର ସ୍ବୀକୃତି। ତତ୍କାଳୀନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଦ୍ବାରା ରାଜଧାନୀର ଶୁଭ ଦିଆଯାଇଥିଲା। ସମୟ ସହିତ ତାଳ ଦେଇ ଭୁବନେଶ୍ବରର ବୃଦ୍ଧି ପାଇଛି କଳେବର।

ବିକାଶ ଧାରାରେ ସାମିଲ ହୋଇ ଦେଶର ୧ ନମ୍ବର ସ୍ମାର୍ଟସିଟିର ମଧ୍ୟ ମାନ୍ୟତା ହାସଲ କରିଛି ରାଜଧାନୀ ଭୁବନେଶ୍ବର। ଚାଲିଚଳନରେ ପରିବର୍ତ୍ତନ ସହ ଜନସଂଖ୍ୟା ୧୫ ହଜାରରୁ ୧୫ ଲକ୍ଷରେ ପହଞ୍ଚିଛି। ଶିକ୍ଷା, ସ୍ବାସ୍ଥ୍ୟ, କ୍ରୀଡା, ସବୁ କ୍ଷେତ୍ରରେ ଜାରି ରହିଛି ବିକାଶ। ଦେଶର ନମ୍ବର ଓ୍ବାନ୍ ସ୍ମାର୍ଟସିଟିର ମାନ୍ୟତା ହାସଲ କରିସାରିଛି ଭୁବନେଶ୍ବର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୂରଦୃଷ୍ଟି ସମ୍ପନ୍ନ ବିଭିନ୍ନ ପ୍ରକଳ୍ପ ଓ ଯୋଜନା ଜରିଆରେ ବଢିବାରେ ଲାଗିଛି ଭୁବନେଶ୍ବରର ବିକାଶ ।

The post ଭୁବନେଶ୍ବର ପ୍ରତିଷ୍ଠା ଦିବସ: ୭୬ ବର୍ଷରେ ପାଦ ଥାପିଲା ରାଜଧାନୀ appeared first on .