ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର : ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଡିଜିପି ସମ୍ମିଳନୀରେ ଯୋଗ ଦେବା ପାଇଁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି ମୋଦୀ। ଏକ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ କରାଯାଇଛି। ପ୍ରଧାନମନ୍ତ୍ରୀ  ବିମାନବନ୍ଦରରେ ମୋଦୀ ପହଞ୍ଚିଲା ପରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝ, ଉପମୁଖ୍ୟମନ୍ତ୍ରୀ କନକ ବର୍ନ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବାଗତ ଓ […]

ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
PM-Modi-in-odisha

ଭୁବନେଶ୍ବର : ଓଡ଼ିଶାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଡିଜିପି ସମ୍ମିଳନୀରେ ଯୋଗ ଦେବା ପାଇଁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି ମୋଦୀ। ଏକ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ କରାଯାଇଛି।

ପ୍ରଧାନମନ୍ତ୍ରୀ  ବିମାନବନ୍ଦରରେ ମୋଦୀ ପହଞ୍ଚିଲା ପରେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝ, ଉପମୁଖ୍ୟମନ୍ତ୍ରୀ କନକ ବର୍ନ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବାଗତ ଓ ଅଭିନନ୍ଦନ ଜଣାଇଛନ୍ତି। ଏହାପରେ ପ୍ରଧାନମନ୍ତ୍ରୀ ମୋଦୀ ବିମାନବନ୍ଦର ନିକଟରେ ଏକ ଜନସଭାକୁ ସମ୍ବୋଧିତ କରୁଛନ୍ତି। ଏହା ପରେ ସେଠାରୁ ରାଜଭବନକୁ ଯିବେ। ପ‌ରେ ସେ ଆଜି ସନ୍ଧ୍ୟା ୬ଟାରେ ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଯାଇ ସେଠାରେ ଦଳୀୟ କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର ଦେବେ। ଏହାପରେ ରାଜଭବନରେ ରାତ୍ରୀଯାପନ କରିବେ।