ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୋହନ ମାଝୀଙ୍କ ଶପଥ ଗ୍ରହଣ ଉତ୍ସବରେ ହେବେ ସାମିଲ
ଭୁବନେଶ୍ବର : ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓଡ଼ିଶାରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ଆସିଛନ୍ତି। ବିମାନବନ୍ଦରରୁ ସିଧାସଳଖ ରାଜଭବନ ଅଭିମୁଖେ ଯାଇଛନ୍ତି ପ୍ରଧାନମନ୍ତ୍ରୀ। ସେଠାରେ କିଛି ସମୟ ବିଶ୍ରାମ ପରେ ଜନତା ମଇଦାନ ଅଭିମୁଖେ ଯିବେ ପ୍ରଧାନମନ୍ତ୍ରୀ। ସୂଚନାଯୋଗ୍ୟ ଆଜି ଅପରାହ୍ନ ୪ଟା ୫୫ ମିନିଟରେ ଭୁବନେଶ୍ୱରର ଜନତା ମଇଦାନରେ ରାଜ୍ୟପାଳ ରଘୁବର ଦାସ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ପଦ […]

ଭୁବନେଶ୍ବର : ଭୁବନେଶ୍ବରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଓଡ଼ିଶାରେ ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ଆସିଛନ୍ତି। ବିମାନବନ୍ଦରରୁ ସିଧାସଳଖ ରାଜଭବନ ଅଭିମୁଖେ ଯାଇଛନ୍ତି ପ୍ରଧାନମନ୍ତ୍ରୀ। ସେଠାରେ କିଛି ସମୟ ବିଶ୍ରାମ ପରେ ଜନତା ମଇଦାନ ଅଭିମୁଖେ ଯିବେ ପ୍ରଧାନମନ୍ତ୍ରୀ।
ସୂଚନାଯୋଗ୍ୟ ଆଜି ଅପରାହ୍ନ ୪ଟା ୫୫ ମିନିଟରେ ଭୁବନେଶ୍ୱରର ଜନତା ମଇଦାନରେ ରାଜ୍ୟପାଳ ରଘୁବର ଦାସ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ମୁଖ୍ୟମନ୍ତ୍ରୀଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଶପଥ ନେବେ। ଏଥି ସହିତ ନୂଆ ମୁଖ୍ୟମନ୍ତ୍ରୀଙ୍କ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ମଧ୍ୟ ଶପଥ ନେବେ ବୋଲି ଜଣାପଡିଛି।
ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ବହୁ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ , ବହୁ ଭିଭିଆଇପି, ବିଶିଷ୍ଟ ବ୍ୟକ୍ତି ଓ ଶିଳ୍ପପତିମାନେ ମଧ୍ୟ ଅତିଥି ଭାବେ ଯୋଗଦେବେ। ଏଥିପାଇଁ କମିସନରେଟ୍ ପୁଲିସ ପକ୍ଷରୁ ସମଗ୍ର ସହରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।