ଭୁବନେଶ୍ବରରେ ପହଞ୍ଚିଲେ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝି। ସେ ଆଜି ବିଧିବଦ୍ଧ ଭାବେ ଶପଥ ନେବେ। ଏହି ଅବସରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ୩ ରାଜ୍ୟର ମୁଖ୍ୟମନ୍ତ୍ରୀ ଆଜି ଶପଥ ସମାରୋହରେ ଯୋଗଦେବେ। ନୂଆ ସରକାରର ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟକ୍ରମ ପାଇଁ ଜନତା ମଇଦାନରେ ସବୁ ପ୍ରକାର ପ୍ରସ୍ତୁତି ଏକ ପ୍ରକାର ଶେଷ ହୋଇସାରିଛି। ଏହି କାର୍ଯ୍ୟକ୍ରମରେ […] The post ଭୁବନେଶ୍ବରରେ ପହଞ୍ଚିଲେ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଭୁବନେଶ୍ବରରେ ପହଞ୍ଚିଲେ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝି। ସେ ଆଜି ବିଧିବଦ୍ଧ ଭାବେ ଶପଥ ନେବେ। ଏହି ଅବସରରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ୩ ରାଜ୍ୟର ମୁଖ୍ୟମନ୍ତ୍ରୀ ଆଜି ଶପଥ ସମାରୋହରେ ଯୋଗଦେବେ।

ନୂଆ ସରକାରର ଶପଥ ଗ୍ରହଣ ଉତ୍ସବ କାର୍ଯ୍ୟକ୍ରମ ପାଇଁ ଜନତା ମଇଦାନରେ ସବୁ ପ୍ରକାର ପ୍ରସ୍ତୁତି ଏକ ପ୍ରକାର ଶେଷ ହୋଇସାରିଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଠାରୁ ଆରମ୍ଭ କରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଅନ୍ୟ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କ ସମେତ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଏହି ଶପଥ ଉତ୍ସବରେ ଯୋଗଦେବେ।

 

The post ଭୁବନେଶ୍ବରରେ ପହଞ୍ଚିଲେ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ appeared first on Dharitri Odia News.