ଭୁବନେଶ୍ୱର ବିମାନ ବନ୍ଦରରେ ନୂତନ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର

ଭୁବନେଶ୍ୱର : ଓଡ଼ିଶାରେ ପହଁଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି । ବିଜୁ ପଟ୍ଟନାୟକ ଅନ୍ତର୍ଜାତିକ ବିମାନ ବନ୍ଦରରେ ନୂଆ ରାଜ୍ୟପାଳଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ-ମୁଖମନ୍ତ୍ରୀ ପ୍ରଭାତୀ ପରିଡ଼ା,କନକ ବର୍ଦ୍ଧନ ସିଂହ ଦେଓ। ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର। ରାଜ୍ୟପାଳ ସେଠାରୁ ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବେ କାର୍ଯ୍ୟକ୍ରମ ରହିଛି। ୪ଡିସେମ୍ବର ରେ ନିଯୁକ୍ତି ହୋଇଥିଲେ ରାଜ୍ୟପାଳ । ପୂର୍ବରୁ ମିଜୋରାମର ରାଜ୍ୟପାଳ ଥିଲେ […]

ଭୁବନେଶ୍ୱର ବିମାନ ବନ୍ଦରରେ ନୂତନ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର
ଭୁବନେଶ୍ୱର ବିମାନ ବନ୍ଦରରେ ନୂତନ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର

ଭୁବନେଶ୍ୱର : ଓଡ଼ିଶାରେ ପହଁଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି । ବିଜୁ ପଟ୍ଟନାୟକ ଅନ୍ତର୍ଜାତିକ ବିମାନ ବନ୍ଦରରେ ନୂଆ ରାଜ୍ୟପାଳଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ-ମୁଖମନ୍ତ୍ରୀ ପ୍ରଭାତୀ ପରିଡ଼ା,କନକ ବର୍ଦ୍ଧନ ସିଂହ ଦେଓ। ଏୟାରପୋର୍ଟରେ ଦିଆଗଲା ଗାର୍ଡ ଅଫ୍ ଅନର। ରାଜ୍ୟପାଳ ସେଠାରୁ ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିବେ କାର୍ଯ୍ୟକ୍ରମ ରହିଛି। ୪ଡିସେମ୍ବର ରେ ନିଯୁକ୍ତି ହୋଇଥିଲେ ରାଜ୍ୟପାଳ । ପୂର୍ବରୁ ମିଜୋରାମର ରାଜ୍ୟପାଳ ଥିଲେ ହରିବାବୁ କମ୍ଭମପତି । ଆସନ୍ତାକାଲି ଦିନ ୧୦ଟା ୧୫ରେ ରାଜଭବନରେ ୨୭ ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ । ହାଇକୋର୍ଟର ମୁଖ୍ୟ ବିଚାରପତି ରାଜ୍ୟପାଳଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ଶିକ୍ଷାବିତରୁ ରାଜ୍ୟପାଳ ହୋଇଛନ୍ତି ଡ. ହରିବାକୁ କମ୍ଭମପତି ।

ଏହା ପୂର୍ବରୁ ସେ ମିଜୋରାମର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ। ୧୯୫୩ ମସିହାରେ ଆନ୍ଧ୍ରପ୍ରଦେଶର ପ୍ରକାଶମ ଜିଲ୍ଲାରେ ଜନ୍ମିତ କେ ହରିବାବୁ ଆନ୍ଧ୍ର ବିଶ୍ୱବିଦ୍ୟାଳୟରୁ ବି. ଟେକ୍ ଡିଗ୍ରୀ ସହ ପିଏଚଡି ହାସଲ କରିଛନ୍ତି । ଛାତ୍ର ଜୀବନରୁ ରାଜନୀତି ପ୍ରତି ଆଗ୍ରହୀ ଥିବା ହରିବାବୁ ୧୯୭୨ ମସିହାରେ ରାଜନୀତିରେ ସାମିଲ ହୋଇଥିଲେ । ୧୯୭୭ ମସିହାରେ ଆନ୍ଧ୍ରପ୍ରଦେଶ ଜନତା ପାର୍ଟିର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ହୋଇଥିଲେ। ପରେ ୧୯୯୧ ମସିହାରୁ ୧୯୯୩ ମସିହା ପର୍ଯ୍ୟନ୍ତ ସେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଥିଲେ ।

କେ. ହରିବାବୁ ୨୦୧୪ ଲୋକସଭା ନିର୍ବାଚନରେ ଆନ୍ଧ୍ର ପ୍ରଦେଶର ବିଶାଖାପଟନମ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ଭାରତୀୟ ଜନତା ପାର୍ଟିରୁ ନିର୍ବାଚନ ଲଢି ବିଜୟୀ ହୋଇଥିଲେ ହରି ବାବୁ । ସେ ଆନ୍ଧ୍ର ପ୍ରଦେଶ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମଧ୍ୟ ଥିଲେ । ହରି ବାବୁଙ୍କୁ ୨୦୨୧ ଜୁଲାଇ ୬ରେ ମିଜୋରାମର ରାଜ୍ୟପାଳ ଭାବେ ନିଯୁକ୍ତି କରିଥିଲେ ରାଷ୍ଟ୍ରପତି ।

୧୯୯୧ରୁ ୧୯୯୩ ପର୍ଯ୍ୟନ୍ତ ହରି ବାବୁ ଭାରତୀୟ ଜନତା ପାର୍ଟିର ଆନ୍ଧ୍ର ପ୍ରଦେଶ ରାଜ୍ୟ କାର୍ଯ୍ୟନିର୍ବାହୀ କମିଟିର ସଦସ୍ୟ ଥିଲେ। ପୁଣି ୧୯୯୩ରୁ ୨୦୦୩ ମଧ୍ୟରେ ଆନ୍ଧ୍ର ପ୍ରଦେଶର ସାଧାରଣ ସମ୍ପାଦକ ଭାବରେ କାର୍ଯ୍ୟ କରିଥିଲେ। ୧୯୯୯ରେ ହରି ବାବୁ ବିଶାଖାପାଟନମ୍ ବିଧାନସଭା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ। ୨୦୦୩ରେ ଆନ୍ଧ୍ରପ୍ରଦେଶ ବିଜେପିର ବିଧାନସଭାର ନେତା ଭାବେ ଦଳ ଦାୟିତ୍ଵ ଦେଇଥିଲା । ୨୦୧୪ ମାର୍ଚ୍ଚରେ ସେ ବିଜେପିର ରାଜ୍ୟ ସଭାପତି ଭାବରେ ନିର୍ବାଚିତ ହୋଇଥିଲେ ।