ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର : ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମହାମହିମ ରାଷ୍ଟ୍ରପତି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଅପରାହ୍ଣ ସାଢ଼େ ୪ଟାରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚିଲା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିମ ମନୋଜ ଆହୁଜା, ଭୁବନେଶ୍ବର ମେୟର ସୁଲୋଚନା ଦାସ ସ୍ବାଗତ କରିଛନ୍ତି। ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜିଠୁ ୭ ତାରିଖ ପର୍ଯ୍ୟନ୍ତ […]

ଭୁବନେଶ୍ବର : ବିମାନବନ୍ଦରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମହାମହିମ ରାଷ୍ଟ୍ରପତି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଅପରାହ୍ଣ ସାଢ଼େ ୪ଟାରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚିଲା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମୁଖ୍ୟ ଶାସନ ସଚିମ ମନୋଜ ଆହୁଜା, ଭୁବନେଶ୍ବର ମେୟର ସୁଲୋଚନା ଦାସ ସ୍ବାଗତ କରିଛନ୍ତି।
ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜିଠୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ରହିବେ। ଆଜି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ନୂଆ ପ୍ରତିମୂର୍ତ୍ତି ରାଷ୍ଟ୍ରପତି ଅନାବରଣ କରିବେ। ଏଥିସହିତ ସେ ଭୁବନେଶ୍ୱରରେ ଆଦିମ ଓୱାର ଜାର୍ପା ଜାହେର ପରିଦର୍ଶନ କରିବେ। ୪ ତାରିଖରେ ରାଷ୍ଟ୍ରପତି ପୁରୀ ଶ୍ରୀଜଗନ୍ନାଥ ମନ୍ଦିରରେ ଦର୍ଶନ ଓ ପୂଜାର୍ଚ୍ଚନା ପରେ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗଦେବେ। ସେହିଦିନ ସେ ପୁରୀ ବ୍ଲୁ ଫ୍ଲାଗ ବେଳାଭୂମିରେ ନୌସେନା ଦିବସ ସମାରୋହ ଓ ସମର କୌଶଳ ପ୍ରଦର୍ଶନରେ ଯୋଗଦେବେ।
୫ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥି୍ତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟର ୪୦ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେହିଦିନ ସେ ଭୁବନେଶ୍ୱରରେ ନ୍ୟାୟିକ ଅଦାଲତର ନୂଆ ଅଟ୍ଟାଳିକାକୁ ଉଦଘାଟନ କରିବେ। ୬ ତାରିଖରେ ରାଷ୍ଟ୍ରପତି ଉପରବେଡାଠାରେ ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କ ସହ ମତବିନିମୟ କରିବେ। ସେହିଦିନ ରାଇରଙ୍ଗପୁରଠାରେ ସେ ରାଇରଙ୍ଗପୁର ମହିଳା ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀମାନଙ୍କ ସହ କଥା ହେବେ। ୭ ତାରିଖରେ ରାଷ୍ଟ୍ରପତି ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁରମରା-ଚକୁଳିଆ; ଏବଂ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନ୍; ଆଦିବାସୀ ଗବେଷଣା ଓ ବିକାଶ କେନ୍ଦ୍ର, ରାଇରଙ୍ଗପୁର; ଦାଣ୍ଡବୋଷ ବିମାନ ବନ୍ଦର, ରାଇରଙ୍ଗପୁର ଏବଂ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ସମେତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ/ଉଦଘାଟନ କ଼ରିବାର କାର୍ଯ୍ୟକ୍ରମ ରହିଛି।