ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରୁ ମିଳିଲା ଯବାନଙ୍କ ମୃତଦେହ
ଆଜି ସକାଳେ ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରେ ଥିବା ଗଛରେ ଦୁର୍ଯ୍ୟୋଧନଙ୍କ ମୃତଦେହ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଥିଲା।
ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରୁ ଜଣେ ଯବାନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯବାନ ଜଣଙ୍କ ହେଲେ ଦୁର୍ଯ୍ୟୋଧନ ମହାନ୍ତି। ୨୦୦୨ ବ୍ୟାଚ୍ ର ସିପାହୀ ଥିଲେ ଦୁର୍ଯ୍ୟୋଧନ।
ଆଜି ସକାଳେ ଭୁବନେଶ୍ୱର ସପ୍ତମ ବାଟାଲିୟନ କ୍ୟାମ୍ପସରେ ଥିବା ଗଛରେ ଦୁର୍ଯ୍ୟୋଧନଙ୍କ ମୃତଦେହ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ଏନେଇ ପୁଲିସକୁ ଖବର ଦିଆଯାଇଥିଲା। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଦୁର୍ଯ୍ୟୋଧନଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।
ଦୁର୍ଯ୍ୟୋଧନ ଆତ୍ମହତ୍ୟା କରିଛନ୍ତି ନା ଆଉ କିଛି କାରଣ ଅଛି ତାହା ଜଣାପଡ଼ି ନାହିଁ। ମୈତ୍ରୀ ବିହାର ଥାନା ପୁଲିସ୍ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି। ମୃତଦେହ ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି।